MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନୂଆବର୍ଷ ପାଇଁ ପୁରୀରେ ପ୍ରସ୍ତୁତି ।

ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ହେବ ପ୍ରବଳ ଭିଡ଼ । ଭିଡ଼କୁ କଣ୍ଟ୍ରୋଲ କରିବା ପାଇଁ ବ୍ୟାପକ ବ୍ୟବସ୍ଥା । ସିସିଟିଭି ନଜରରେ ରହିବ ପୂରା ଶ୍ରୀକ୍ଷେତ୍ର । ପୁରୀକୁ ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ବେଳାଭୂମିରେ ପର୍ୟ୍ୟଟକଙ୍କ ସୁରକ୍ଷା ଓ ଟ୍ରାଫିକ୍ ସୁପରିଚାଳନା ନେଇ ବ୍ୟାପକ ପ୍ରସ୍ତୁତି କରିଛି ପୁରୀ ପୋଲିସ । ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ୟ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।

ଭୁବନେଶ୍ୱରରୁ ଆସୁଥିବା ଚାରିଚକିଆ ଯାନ ଜେଲ୍ ରୋଡ ପାର୍କିଂରେ, କୋଣାର୍କରୁ ଆସୁଥିବା ଚାରିଚକିଆ ତାଳବଣିଆ ପାର୍କିଂରେ ଓ ବ୍ରହ୍ମଗିରିରୁ ଆସୁଥିବା ଚାରିଚକିଆ ଯାନ ଷ୍ଟର୍ଲିନ କିମ୍ବା ଯାତ୍ରିକା ପାର୍କିଂରେ ରହିବ। ମେଡିକାଲ୍ ଛକଠାରୁ ଶ୍ରୀମନ୍ଦିର ଓ ବେଳାଭୂମି ପର୍ୟ୍ୟନ୍ତ କୌଣସି ଚାରିଚକିଆ ଯାନ ଯାତାୟାତ କରିବ ନାହିଁ। ମାର୍କେଟ ଛକଠାରୁ ହେବ ନୋ ଭେଇକିଲ ଜୋନ । ବେଳାଭୂମିରେ ପର୍ୟ୍ୟାପ୍ତ ଲାଇଫଗାର୍ଡ ମୁତୟନ ହେବାସହ ଜିରୋ ନାଇଟ୍ ସେଲିବ୍ରେସନ ବେଳେ ପାଟ୍ରୋଲିଂକୁ ମଧ୍ୟ କଡାକଡି କରାଯିବ।

ମୋ ଟିଭି ଓଡିଶା, ପୁରୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।