January 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ପ୍ରଶାସନିକ ସ୍ତରରେ  ପ୍ରସ୍ତୁତି ବୈଠକ

ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରଖି ଗସ୍ତ କାର୍ଯ୍ୟକ୍ରମ l                                                                     ସୁଚାରୁରୂପେ ସଂପାଦନ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ । 

ମୋ ଟିଭି ଓଡିଶା / ଭୁବନେଶ୍ୱର-ତା-୧୩.୦୯.୨୦୨୪

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ  ଭୁବନେଶ୍ୱର ଆସି ରାଜ୍ୟ ସରକାରଙ୍କର ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ଶୁଭାରମ୍ଭ ସହ ଅନ୍ୟ ବିଭିନ୍ନ ପ୍ରକଳ୍ପର  ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି ।  ମାନ୍ୟବର ପ୍ରଧାନମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୧.୩୫ ମିନିଟ୍‌ ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ପୂର୍ବାହ୍ନ ୧୧ ଟା ୫୫ ମିନଟ୍ ରେ ଜନତା ମଇଦାନ ଠାରେ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ  ଅପରାହ୍ନ ୩ ଟା ସମୟରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ଅନୁଷ୍ଠିତ କରାଯିବା  ନେଇ ପ୍ରଶାସନିକ ସ୍ତରରେ ଆନୁଷଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଜି ସକାଳେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ  ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

  ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ                  ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ,ଗୃହ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁ, ପୁଲିସ୍‌ ମହା ନିର୍ଦ୍ଦେଶକ ଶ୍ରୀ ଓ୍ୱାଇ. ବି. ଖୁରାନିଆଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ ଏବଂ ବରିଷ୍ଠ ପଦାଧିକାରୀ, ଭୁବନେଶ୍ୱର ମହାନଗର ନିଗମ କମିଶନର, ଖୋର୍ଦ୍ଧା ଜିଲ୍ଲାପାଳ ପ୍ରମୁଖ  ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । 

ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା,  ‘ସୁଭଦ୍ରା’ ଯୋଜନାର                      ଶୁଭାରମ୍ଭ ପରିପ୍ରେକ୍ଷୀରେ ବିଭାଗ ତରଫରୁ ଆନୁଷଙ୍ଗିକ ପ୍ରସ୍ତୁତି ଜାରି ରହିଥିବା ସଂପର୍କରେ ସୂଚନା ଦେଇଥିଲେ । ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଡଃ. ସନ୍ତୋଷ ବାଲା  ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ସଂପର୍କରେ ବିଶଦ୍ ସୂଚନା ଉପସ୍ଥାପନ କରିଥିଲେ ।  

ଏହି ଦିନ ଜନତା ମଇଦାନରେ “ସୁଭଦ୍ରା” ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀ , ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ  ଅତିଥିମାନେ ଯୋଗଦେଉଥିବାରୁ  ହିତାଧିକାରୀଙ୍କ ସମେତ ବହୁ ଜନ ସମାଗମକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି ଜାରି ରହିଛି । ଏ ସଂପର୍କରେ ମୁଖ୍ୟ ଶାସନ ସଚିବ ପ୍ରସ୍ତୁତି ସମୀକ୍ଷା କରି ବିଭିନ୍ନ ବିଭାଗର ଯେଉଁ ଯେଉଁ କାମ ରହିଛି,  ଆନ୍ତଃ ବିଭାଗୀୟ ସମନ୍ୱୟରେ ସେସବୁକୁ  ସଠିକ ଭାବେ  ନିର୍ବାହ କରିବାକୁ ଗୁରୁତ୍ୱ ଦେଇଛନ୍ତି ।  ଡିଜିପି ଏବଂ ଆଇଜିପିଙ୍କୁ ଆଇନ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଥିବା ବେଳେ ଜିଲ୍ଲାପାଳ,ଖୋର୍ଦ୍ଧାଙ୍କୁ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସେମାନଙ୍କର ରହିଥିବା ଦାୟିତ୍ୱ ଶତ ପ୍ରତିଶତ  ଭଲ ଭାବରେ ତୁଲାଇବାକୁ  ମୁଖ୍ୟ ଶାସନ ସଚିବ  ନିର୍ଦ୍ଦେଶ ଦେଇଛନ୍ତି ।  

  ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ଆବଶ୍ୟକସ୍ଥଳେ ତାଙ୍କର ସାମୟିକ ରହଣି, ସୁରକ୍ଷା ବ୍ୟବସ୍ଥା, କାରକେଡ୍ ବ୍ୟବସ୍ଥା ଏବଂ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ସହ ସ୍ୱତନ୍ତ୍ର ସୁବିଧା ଥିବା ଆମ୍ବୁଲାନ୍ସ୍‌ ବ୍ୟବସ୍ଥା ରହିବ । ସେହିପରି ଶକ୍ତି ବିଭାଗ ଏବଂ ଟିପିସିଓଡିଲକୁ ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍  ସରବରାହ ବ୍ୟବସ୍ଥା ସହ  ଅତିରିକ୍ତ  ଜେନେରେଟର ବ୍ୟବସ୍ଥା କରିବାକୁ  ନିର୍ଦ୍ଦେଶ ଦିଆଯାଇଛି ।  ଏଥି ସହିତ ରାସ୍ତା ମରାମତି, ପରିମଳ ଓ  ପରିସ୍କାର ପରିଚ୍ଛନ୍ନତା,  ନିରବଚ୍ଛିନ୍ନ  ପାନୀୟ ଜଳ ଯୋଗାଣ ବ୍ୟବସ୍ଥା, ସଭା ମଞ୍ଚ ପ୍ରସ୍ତୁତି ଏବଂ ବେରିକେଡିଂ ବ୍ୟବସ୍ଥା ସଂପର୍କରେ  ଆଲୋଚନା କରାଯାଇଥିଲା ।  କାର୍ଯ୍ୟକ୍ରମର ସିଧା ପ୍ରସାରଣ ସୁବିଧା ପାଇଁ  ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ  ବୈଦ୍ୟୁତିକ  ଓ ମୁଦ୍ରଣ ଗଣମାଧ୍ୟମଙ୍କୁ ସିଙ୍ଗିଲ ଫିଡ୍‌ ବ୍ୟବସ୍ଥା ସହ ପ୍ରେସ୍ କୁ  ବିବରଣୀ  ପ୍ରଦାନ କରାଯିବ । ଆବଶ୍ୟକ ପାସ ବ୍ୟବସ୍ଥା  କରାଯିବା ସହ ଜନଗହଳିକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମ ସ୍ଥଳରେ ପୁଲିସ୍ କର୍ମଚାରୀଙ୍କ ସମେତ  ଅଧିକ ସେଚ୍ଛାସେବୀ ମୁତୟନ ହେବେ । ଅଗ୍ନିଶମ  ସେବା ବିଭାଗ ତରଫରୁ  ଅଗ୍ନି ନିର୍ବାପକ ପ୍ରସ୍ତୁତି ବ୍ୟବସ୍ଥା ସହ ବିଜୁଳି ଆଘାତରୁ  ପ୍ରତିକାରାତ୍ମକ  ପଦକ୍ଷେପ ସ୍ୱରୂପ ବଜ୍ରପାତ  ପ୍ରତିରୋଧକାରୀ ଲାଇଟେନିଂ  ଆରେଷ୍ଟର ବ୍ୟବସ୍ଥା ରହିବ ।   

ଜନ ଗହଳିକୁ ଦୃଷ୍ଟିରୁ ରଖି ଜନସାଧାରଣ ଯେପରି କାର୍ଯ୍ୟକ୍ରମକୁ ଦେଖିପାରିବେ, ସେଥିପାଇଁ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଏଲଇଡି ବ୍ୟବସ୍ଥା କରାଯିବାକୁ ପରାମର୍ଶ ଦିଆଯାଇଛି  । ବିଭିନ୍ନ ପ୍ରଶାସନିକ ଅଧିକାରୀମାନଙ୍କୁ ଭିନ୍ନ ଭିନ୍ନ କାର୍ଯ୍ୟରେ ଦାୟିତ୍ୱରେ ରହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା ପାଇଁ ମୁତୟନ କରାଯିବ । ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସଂପର୍କିତ ଅଧିକ ସୂଚନା ପାଇଁ ରାଜ୍ୟ ଗୃହ ବିଭାଗ ( ପ୍ରୋଟୋକଲ )  ତରଫରୁ ଏକ ନିୟନ୍ତ୍ରଣ  କକ୍ଷ  କାଯ୍ୟକ୍ଷମ ହେବ ।   

  କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ବିଭିନ୍ନ ସ୍ଥାନରେ ପାର୍କିଂ ବ୍ୟବସ୍ଥା, ହିତାଧିକାରୀ ଏବଂ ଜନସାଧାରଣ ବସିବା ପାଇଁ ଯଥେଷ୍ଟ  ସଂଖ୍ୟକ ଚୌକି ବ୍ୟବସ୍ଥା, ମହିଳା ସମାବେଶ  ଦୃଷ୍ଟିରୁ  କାର୍ଯ୍ୟକ୍ରମ ସ୍ଥଳ  ଏବଂ ରାସ୍ତାର ବିଭିନ୍ନ ସ୍ଥାନରେ ଅଧିକ ମୋବାଇଲ ଶୌଚାଳୟ ଏବଂ  ବାୟୋ ଟଏଲେଟ୍  ବ୍ୟବସ୍ଥା କରାଯିବା ନେଇ ବୈଠକରେ ଆଲୋଚନା ପୂର୍ବକ ନିର୍ଦ୍ଦେଶ ଦିଆଯାଇଛି । 

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।