MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଉତ୍ସବ ପାଳନ କମିଟି ପକ୍ଷରୁ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ତହସିଲଦାର ଦିପ୍ତି ପ୍ରକାଶ ବେହେରା ଙ୍କ ଅଧ୍ଯକ୍ଷତାରେଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ବାଲିଗୁଡା ବିଡ଼ିଓ ଅକ୍ଷୟ କୁମାର ମଲ୍ଲିକ, ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ, ରେଞ୍ଜର ଅତୁଲ୍ୟ କୁମାର ମହାନ୍ତି, ଗୋଷ୍ଟୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ ସମେତ ସମସ୍ତ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ, ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନର ଅଧିକାରୀ, ବରିଷ୍ଠ ନାଗରିକ ପ୍ରମୁଖ ଉପସ୍ଥିତ ଥିଲେ I ଉପଖଣ୍ଡ ଲୋକ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧୀରଜ ପାତ୍ର ପରିଚାଳନା କରିଥିଲେ I

ପୂର୍ବ ବର୍ଷର ବିବରଣୀ ପାଠ କରାଯାଇ ଚଳିତ ବର୍ଷର ସାଧାରଣତନ୍ତ୍ର ଦିବସ ଶାନ୍ତି ଶୃଙ୍ଖଳା ରେ ଯେପରି ପାଳନ ହେବ ସେ ବିଷୟରେ ଆଲୋଚନା କରାଯାଇଥିଲା |ଉପଖଣ୍ଡ ସ୍ତରୀୟ ସାଧରଣତନ୍ତ୍ର ପେରେଡ ରେ ୩୪ ଟି ଦଳ ଅଂଶଗ୍ରହଣ କରିବା ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି | କାର୍ଯ୍ୟକ୍ରମ ଟିକୁ ଉତ୍ସବ ପାଳନ କମିଟି ସହ ସମ୍ପାଦକ ତୀର୍ଥବାସୀ ଘଡେଇ, ସୂଚନା ଓ ଲୋକ ସମ୍ପର୍କ କର୍ମଚାରୀ ଅଭିମନ୍ୟୁ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।