MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୋ ଟିଭି ଓଡିଶା / ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ । ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ । ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ଆଜି ରାଜଭବନରେ ରାତ୍ରୀଯାପନ କରିବେ । କାଲି ରଥଯାତ୍ରା ଦେଖିବେ ରାଷ୍ଟ୍ରପତି l

ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ । ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ।

ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍‌)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।