ମୋ ଟିଭି ଓଡିଶା / ଭୁବନେଶ୍ୱର :
ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବେ। ଗୁଜୁରାଟରୁ ଓଡିଶା ଅଭିମୁଖେ ବାହାରି ସାରିଥିବା ନେଇ ପ୍ରଧାନମନ୍ତ୍ରୀ ନିଜ ଏକ୍ସ ରେ ସୂଚନା ଦେଇଛନ୍ତି | ଆଜି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଏହି ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଛି ଭବ୍ୟ ଆୟୋଜନ। ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ ୪ଟି ସେଡ୍ କରାଯାଇଛି। ଏଥିରେ ସୁଭଦ୍ରା ହିତାଧିକାରୀ, ଭିଆଇପି, ଭିଭିଆଇପିଙ୍କ ସମେତ ନେତା ,ମନ୍ତ୍ରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ବସିବାର ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ଭୁବନେଶ୍ୱର ଏୟାରପୋର୍ଟରୁ ସିଧା ଗାଡ଼କଣ ବସ୍ତିକୁ ଯିବେ ପ୍ରଧାନମନ୍ତ୍ରୀ। ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି।ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି। ତାସହ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ରାଜଧାନୀ ଭୁବନେଶ୍ୱର | ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତାରେ ଜଗି ରହିଛନ୍ତି ବହୁ ସଂଖ୍ୟାରେ ପୋଲିସ। ବିମାନବନ୍ଦରରୁ ଜନତା ମଇଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ଘୋଷଣା ହୋଇଛି। ପିଏମ୍ଙ୍କ କାରକେଡ୍ ଯେଉଁ ବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୋଲିସ ମୁତୟନ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ଏଥିରେ ସାମିଲ ହେବେ । ବ୍ୟାପକ ମହିଳା ପୋଲିସ କର୍ମଚାରୀଙ୍କ ସହ ସାଦା ପୋଷାକଧାରୀ ପୋଲିସ ବି ମୁତୟନ ହୋଇଛନ୍ତି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।