February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।

ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ହେବେ ସାମିଲ । ଆସନ୍ତାକାଲି ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଆଜି ରାତି ୮ଟାରେ ଓ ଡ଼ିଶାରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜିଠୁ ପ୍ରବାସୀ ଭାରତୀୟ ସମ୍ମିଳନୀ । ଭୁବନେଶ୍ୱର ଜନତା ମଇଦାନରେ ୩ଦିନ ଧରି ଚାଲିବ । ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେଉଥିବାରୁ ଉତ୍ସବ ମୁଖର ରାଜଧାନୀ ।

ପ୍ରବାସୀଙ୍କ ପାଇଁ ଆୟୋଜିତ ହେଉଛି ସ୍ୱତନ୍ତ୍ର ମେଳା, ପଦର୍ଶନୀ । ଫାର୍କ ଫେଷ୍ଟିଭାଲ, ରାଜାରାଣୀରେ ସଙ୍ଗୀତ ଉତ୍ସବ, ମୁକ୍ତେଶ୍ୱରରେ ନୃତ୍ୟ ଉତ୍ସବ ଆୟୋଜିତ ହୋଇଛି । ପ୍ରବାସୀଙ୍କ ସ୍ୱାଗତ ପାଇଁ ପ୍ରସ୍ତୁତ ରହିଛି ଜନତା ମଇଦାନ । ଯୁବ ସମାବେଶରୁ ଆରମ୍ଭ ହେବ ସମ୍ମିଳନୀ । ଯାହାକୁ ସମ୍ବୋଧିତ କରିବେ ବୈଦେଶିକ ବ୍ୟାପାର ଏବଂ ଯୁବ ବ୍ୟାପାର ମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ । ବିକଶିତ ଭାରତ ୨୦୪୭ ସମ୍ପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।


ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କରିବେ। ଶେଷ ଦିନରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କର ମଧ୍ୟ ଏକ ସେସନ ରହିବ। ପ୍ରତି ସନ୍ଧ୍ୟାରେ ଆୟୋଜିତ ହେବ ସାଂସ୍କୃତିକ କାର୍ୟ୍ୟକ୍ରମ। କାର୍ୟ୍ୟକ୍ରମରେ ଯୋଗଦେବାକୁ ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ପ୍ରବାସୀ ଭାରତୀୟ। ସେମାନେ ଯାଜପୁର, କଟକ, ଭୁବନେଶ୍ୱର ଏବଂ ପୁରୀର ୨୧ଟି ପର୍ୟ୍ୟଟନ ସ୍ଥଳୀ ବୁଲିବେ। ଡବଲ ଡେକର୍ ବସ୍ ରେ ବସି ରାଜ୍ୟର ୨୧ଟି ପର୍ୟ୍ୟଟନ ସ୍ଥଳୀ ବୁଲିବେ ପ୍ରବାସୀ ଭାରତୀୟ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।