MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ,ପୁରୀରେ ବିଶାଳ ରୋଡ ସୋ. କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ.

ମୋଟିଭି ଓଡିଶା : ଆସନ୍ତା ୨୦ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡିଶା ଦାଖଲ କରିବା ପାନରେ ରହିଛି ବିଜେପି | କେନ୍ଦ୍ର ନେତାଙ୍କର ଘନ ଘନ ଓଡିଶା ଗସ୍ତ ଲାଗିରହିଛି |  ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ସେ କହିଛନ୍ତି ପୁରୀ, କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହାଛଡ଼ା ପ୍ରଧାନମନ୍ତ୍ରୀ ପୁରୀରେ ଏକ ବିଶାଳ ରୋଡ୍ ସୋ ମଧ୍ୟ କରିବେ। ଏଣେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଗାମୀ ୧୫ ତାରିଖରେ ଓଡ଼ିଶାରେ ନିର୍ବାଚନ ପ୍ରଚାର କରିବାକୁ ଆସୁଥିବା ଜଣାଯାଇଛି। ସେ ରାଉରକେଲା, ସୋରଡ଼ା ଓ କଣ୍ଟାବାଞ୍ଜିରେ ସାଧାରଣ ସଭାରେ ଉଦବୋଧନ ଦେବେ। ଏଣେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଓଡ଼ିଶା ଆସିବେ। ସେ ହିଞ୍ଜଳି, ସୁନ୍ଦରଗଡ଼ ଓ ପଦ୍ମପୁର ଗସ୍ତ କରି ନିର୍ବାଚନ ପ୍ରଚାର କରି ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ୍ ମାଗିବେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।