February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

‘ବନକଲାଗି’ ଗୁପ୍ତନୀତି ପାଇଁ ସଂଧ୍ୟାରୁ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ।

ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ପୁରୀ ( ମୋ ଟିଭି ଓଡିଶା ) :

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ, ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ଧରି ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ ।

ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ‘ବନକଲାଗି ନୀତି’ କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ‘ଦତ୍ତମହାପାତ୍ର’ କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହଙ୍କ ମୁଖ ଶୃଙ୍ଗାର କରିବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ବଜାରରେ ମିଳୁଥିବା ରଙ୍ଗ ‘ବନକଲାଗି ନୀତି’ରେ ବ୍ୟବହାର ହୁଏନାହିଁ । ମହାପ୍ରଭୁଙ୍କ ଲାଗି ଉଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତି ପାଇଁ ଭିତରବେଢାର ଉତ୍ତର ପାର୍ଶ୍ବରେ ଏକ ବିଶେଷ କୋଠରୀ ମଧ୍ୟ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।

ସମ୍ପୂର୍ଣ୍ଣ ପ୍ରକ୍ରିୟା ପାଇଁ ପ୍ରାକୃତିକ ଓ ବିଶେଷ ପ୍ରଣାଳୀରେ ପ୍ରସ୍ତୁତ ରଙ୍ଗ ଉପାଦନ ବ୍ୟବହାର କରନ୍ତି ଦତ୍ତ ମହାପାତ୍ର । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ ପ୍ରସ୍ତୁତ ହେଉଥିବା ବେଳେ ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ରଙ୍ଗ ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀକୁ ମିଶ୍ରଣ କରାଯାଏ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।