MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୧୩ରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ, ୧୧ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ

ମୋ ଟିଭି ଓଡିଶା / ଭୁବନେଶ୍ୱର :

୧୩ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଗାମୀ ୫ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଚେତାବନୀ ଦିଆଯାଇଛି। ଆଜିଠାରୁ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ରାଜ୍ୟରେ ଏବେ ଦକ୍ଷିଣ ପଶ୍ଚିମ ମୌମୁମୀ ବାୟୁ ସକ୍ରିୟ ରହିଛି। ଫଳରେ ରାଜ୍ୟରେ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି। କୋରାପୁରରେ ସର୍ବାଧିକ ବର୍ଷା ୫୧.୬ ମିମି ରେକର୍ଡ଼ ହୋଇଥିବା ବେଳେ ଆଉ ୨୪ ଘଣ୍ଟା ରାଜ୍ୟରେ ଏହି ସ୍ଥିତି ନଜରକୁ ଆସିବ। ୧୨ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ନେଇ କୌଣସି ଓ୍ବାର୍ଣ୍ଣିଂ ନ ଥିବା ବେଳେ ୧୩ରୁ ବର୍ଷା ଫେରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି।

ଆସନ୍ତା ୫ ଦିନ ଯାଏଁ ରାଜ୍ୟର କିଛି କିଛି ସ୍ଥାନକେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଗାମୀ ୨୪ ଘଣ୍ଟା ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡି ନେଇ ସତର୍କ ରହିବା ନେଇ ପରାମର୍ଶ ଜାରି ହୋଇଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ , ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି , ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ପରେ ୪୮ ଘଣ୍ଟା ରାଜ୍ୟରେ ବର୍ଷା ମାତ୍ରା କମିବ। ପୁଣି ୧୩ ତାରିଖ ଠାରୁ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।