February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଗାମୀ ୩ ଦିନ ଯାଏଁ ଲାଗି ରହିବ ବର୍ଷା ।

ମୋ ଟିଭି ଓଡିଶା / ଭୁବନେଶ୍ୱର :

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି । ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି । ଆଜି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, କେନ୍ଦୁଝର, ମୟୂରଭଂଜ, ଯାଜପୁର, କଟକ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହ କିଛି ଜାଗାରେ ଘଂଟାପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିପାରେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।