February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ବାତ୍ୟାର ରୂପ ନେବ ଅବପାତ

ମୋଟିଭି ଓଡିଶା : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି l ୨୫ ତାରିଖ ରାତି ସୁଦ୍ଧା ଏହା ଭୀଷଣ ରୂପ ନେଇ ଉତ୍ତର ଦିଗକୁ ଗତି କରିବ। ୨୬ ତାରିଖ ମଧ୍ୟରାତିରେ ବାତ୍ୟା ‘ରେମଲ୍‌’ ସାଗର ଦ୍ବୀପ ଓ ଖେପୁପରା ମଝିରେ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ସୀମା ଦେଇ ସ୍ଥଳଭାଗ ଅତିକ୍ରମ କରିବ। ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ପଡ଼ିଲେ ହେଁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ପାଣିପାଗ କେନ୍ଦ୍ର କହିଛି ଯେ, ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ମଧ୍ୟ ବହିପାରେ। ସେହିପରି ୨୬ ତାରିଖ ସକାଳଠାରୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନର ସତର୍କ ସୂଚନା ଜାରି କରିଛନ୍ତି। ମୁଖ୍ୟତଃ ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଥିବା ଓଡ଼ିଶାର ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।