MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଓଡିଶା ଆସୁଛନ୍ତି ରାଜନାଥ ସିଂ ଓ ବିଷ୍ଣୁଦେଓ ସାଏ l

ମୋଟିଭି ଓଡିଶା : ଆଜି ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ । ଏହି ଦିନିକିଆ ଗସ୍ତରେ ପ୍ରଥମେ ଭବାନୀପାଟଣା ଏବଂ ପରେ ରାୟଗଡାରେ ବିଜେପି ପାଇଁ ନିର୍ବାଚନୀ ପ୍ରଚାର କରିବେ ରାଜନାଥ ସିଂ । ସେହିପରି ଆଜିଠାରୁ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ l

ସୂଚନା ଅନୁସାରେ ଦିନ ୧୨ଟା ୪୦ ହେଲିକପ୍ଟର ଯୋଗେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୁଲିସ୍ ଗ୍ରାଉଣ୍ଡରେ ପହଞ୍ଚିବେ ରାଜନାଥ ସିଂ। ଦିନ ୧ଟାରେ ସ୍ଥାନୀୟ ଲାଲ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାରେ ଉଦବୋଧନ ଦେବେ। ଏଥିରେ ଜିଲ୍ଲା ବିଜେପି ସଭାପତି, ଜିଲ୍ଲା ବିଜେପି ପ୍ରଭାରୀ , କଳାହାଣ୍ଡି ବିଜେପି ସାଂସଦ ପ୍ରାର୍ଥୀ ମାଳବିକା ଦେଓଙ୍କ ସମେତ ଜିଲ୍ଲାର ବିଜେପି ବିଧାୟକ ପ୍ରାର୍ଥୀ ମାନେ ଯୋଗାଦେବେ । ଏହାପରେ ଅପରାହ୍ନ ୨ଟା ୪୦ରେ ଭବନୀପାଟଣାରେ କାର୍ଯ୍ୟକ୍ରମ ସାରି ରାୟଗଡା ଅଭିମୂଖେ ଯାତ୍ରା କରିବେ। ଅପରାହ୍ନ ୩ଟା ୧୦ରେ ରାୟଗଡା ସହର ବାରିଝୋଲା ରୋଡ୍ ଏଆଇଏସିଆର୍ ଗ୍ରାଉଣ୍ଡ ରେ ଜନସଭାକୁ ସମ୍ବୋଧନ କରିବେ ରାଜନାଥ। ସେଠାରେ ସେ ପ୍ରାୟ ୧ଘଣ୍ଟା ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।

ରାଜନାଥଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ କଳାହାଣ୍ଡି ଓ ରାୟଗଡା ଜିଲ୍ଲା ବିଜେପି ଶିବିରରେ ଉତ୍ସlହ ସହିତ ସଭାର ଆୟୋଜନ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି l ପ୍ରତିରକ୍ଷା ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ ପକ୍ଷରୁ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।