MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜପୁର ଡକାୟତି ଘଟଣାର ଫର୍ଦଫାସ କଲା ପୋଲିସ,୫ ଅଭିଯୁକ୍ତ କୋର୍ଟ ଚାଲାଣ।


ମୋ ଟିଭି ଓଡିଶା / କଳାହାଣ୍ଡି : ୦୭/୦୮


କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ରାଜପୁର ଗ୍ରାମରେ ଗତ ୩୧ ତାରିଖ ବିଳମ୍ବିତ ରାତ୍ରିରେ ଏକ ବଡ଼ ଧରଣର ସଶସ୍ତ୍ର ଡକାୟତି ହୋଇଥିଲା । ଏହି ଗ୍ରାମର ବୈଶାନର ନାଏକ ନାମକ ଜଣେ ବ୍ୟବସାୟୀଙ୍କ ଘରୁ ୧୦ ରୁ ଉର୍ଦ୍ଧ୍ୱ ଡକାୟତ ମାରଣାସ୍ତ୍ର ଦେଖାଇ ୪ ଲକ୍ଷ ଟଙ୍କା ଓ ୧୩ ଭରି ସୁନା ନେଇ ଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ଏହାକୁ ନେଇ ଜୁନାଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। କଳାହାଣ୍ଡି ଏସପି ଅଭିଲାସ ଜି ଙ୍କ ନେତୃତ୍ୱରେ ସ୍ଥାନୀୟ ପୋଲିସ ଏହାର ତଦନ୍ତ କରି ଘଟଣାରେ ସଂପୃକ୍ତ ଥିବା ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସେମାନଙ୍କ ଠାରୁ ନଗଦ ୧ଲକ୍ଷ ୭୦ ହଜାର ଟଙ୍କା, ସୁନା ହାର, ମଙ୍ଗଳସୁତ୍ର ଓ ୫ ଟି ମୋବାଇଲ ଜବତ କରିଛି।

ଏ ନେଇ ଜୁନାଗଡ଼ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଧର୍ମଗଡ଼ ଏସଡିପିଓ ମନୋଜ ବେହେରା ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କ ମଧ୍ୟରେ ୩ ଜଣ କଳାହାଣ୍ଡିର ଓ ୨ ଜଣ ନବରଙ୍ଗପୁର ଜିଲାର ହୋଇଥିବାବେଳେ ଏହି ଡ଼କାୟତି ଘଟଣାରେ ଆହୁରି ମଧ୍ୟ ୮ ଜଣ ରହିଥିବା ସେ କହିଛନ୍ତି। ସେହିପରି ଏହି ଗ୍ୟାଙ୍ଗ ଜିଲାର ଜୟପାଟଣା ଥାନା ରାଜାମୁଡା ଗ୍ରାମରେ ହୋଇଥିବା ଡ଼କାୟତ ଘଟଣାରେ ମଧ୍ୟ ସାମିଲ ଥିବା ଏସଡିପିଓ ବେହେରା ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଜୁନାଗଡ଼ ଆଇଆଇସି ଉଲ୍ଲାସ ରାଉତ, ଜୟପାଟଣା ଆଇଆଇସି ଶେଷଦେଵ ବେହେରା ଉପସ୍ଥିତ ଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।