MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ପ୍ରବେଶ କଟକଣା, ପୁଣି ଥରେ ଖୋଲାଯିବ ରତ୍ନଭଣ୍ଡାର..

ମୋ ଟିଭି ଓଡିଶା / ପୁରୀ :

ଆଜି ପୁଣି ଥରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସଂପର୍କୀତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ସଦସ୍ୟ ଡାକ୍ତର ସିବିକେ ମହାନ୍ତିଙ୍କ ସମେତ ଅନ୍ୟ କମିଟି ସଦସ୍ୟମାନେ ଉପସ୍ଥିତ ଅଛନ୍ତି। ଏହାଛଡ଼ା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ,ଏସପି ପିନାକ ମିଶ୍ର ପ୍ରମୁଖ ବି ଯୋଗ ଦେଇଛନ୍ତି । ଆଜିର ଏହି ବୈଠକରେ ରତ୍ନଭଣ୍ଡାର ଆଉ କେବେ ଖୋଲିବ ଏବଂ ଏସଓପି ନେଇ ଆଲୋଚନା ହୋଇଛି |

ତାଲା, ଚାବି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି, ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା। ବାହାର ରତ୍ନଭଣ୍ଡାର ତାଲା ଫିଟିବା ପରେ ଭିତର ରତ୍ନଭଣ୍ଡାର ଦେଖିଥିଲୁ। ୩ଟି ତାଲା ଭଙ୍ଗାଯାଇଥିଲେ ବି ୨ଟି ନୂଆ ତାଲା ପକାଇବା ସମ୍ଭବ ହୋଇଥିଲା। ୨ଟି ନୂଆ ତାଲାର ଚାବି ଓ ଭଙ୍ଗାଯାଇଥିବା ତାଲା ଟ୍ରେଜେରୀରେ ଜିମା ଦିଆଯାଇଛି। ଗୁରୁବାର ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଆଉଥରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ତେବେ ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ। ଏହି ସୟମରେ ପ୍ରାୟ ସକାଳ ୮ଟା ବେଳକୁ ମନ୍ଦିର ପ୍ରବେଶ କଟକଣା କରାଯିବ। ସେହି ସମୟରେ ସାଧାରଣ ଭକ୍ତଙ୍କ ପାଇଁ ମନ୍ଦିର ପ୍ରବେଶ କଟକଣା ରହିବ।

ମୁଖ୍ୟ ପ୍ରଶାସକଙ୍କ କହିବାନୁସାରେ, ଭିତର ଭଣ୍ଡାରରେ କାନ୍ଥକୁ ଲାଗି ସିନ୍ଦୁକ, ଆଲମାରୀ ରହିଥିଲା। ସମୟ ଅଭାବରୁ ରବିବାର ଆମେ ସିନ୍ଦୁକ, ଆଲମାରୀ ଖୋଲାଯାଇପାରି ନଥିଲା। ପରବର୍ତ୍ତୀ ସମୟରେ ଖୋଲିବାକୁ ନିଷ୍ପତ୍ତି ନେଇ ନୂଆ ତାଲା ପକାଇ ସିଲ କରିଥିଲୁ। ପ୍ରଥମେ ରତ୍ନଭଣ୍ଡାରରେ ଥିବା ଗହଣା ଗୁଡ଼ିକୁ ସ୍ଥାନାନ୍ତର କରାଯାଉଛି। ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରଣ ପରେ ମୂଳ ରତ୍ନଭଣ୍ଡାର ମରାମତି ହେବ। ଏଏସଆଇ ଦ୍ବାରା ମରାମତି କାର୍ଯ୍ୟ ସରିବା ପରେ ଗଣତି, ମଣତି ହେବ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।