February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପୁଣି ଶୀର୍ଷ ମାନ୍ୟତା ପାଇଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ମୋ ଟିଭି ଓଡିଶା / ନୂଆଦିଲ୍ଲୀ : ପୁଣି ୧ ନମ୍ବର ମାନ୍ୟତା ପାଇଲେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ତଥା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ। ଆମେରିକାସ୍ଥିତ ଗ୍ଲୋବାଲ ଫାଇନାନ୍ସ ପତ୍ରିକା ପକ୍ଷରୁ ଲଗାତର ଦ୍ଵିତୀୟ ବର୍ଷ ପାଇଁ ବୈଶ୍ଵିକ ସ୍ତରରେ ଶୀର୍ଷ କେନ୍ଦ୍ରୀୟ ବ୍ୟାଙ୍କର୍ ଭାବେ ସ୍ଥାନ ପାଇଛନ୍ତି ଶକ୍ତିକାନ୍ତ ଦାସ। ଏନେଇ ଆରବିଆଇ ଏକ୍ସରେ ଏକ ପୋଷ୍ଟ କରି ଲେଖିଛି ଯେ, ‘‘ଖୁସିର ସହ ଘୋଷଣା କରୁଛୁ ଯେ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଆର୍‌ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଗ୍ଲୋବାଲ ଫାଇନାନ୍ସ ସେଣ୍ଟ୍ରାଲ ବ୍ୟାଙ୍କର୍ ରିପୋର୍ଟ କାର୍ଡ ୨୦୨୪ରେ ‘ଏ+’ ମାନ୍ୟତା ଦିଆଯାଇଛି।’’ ମୁଦ୍ରାସ୍ଫୀତି ନିୟନ୍ତ୍ରଣ, ଅର୍ଥନୈତିକ ଅଭିବୃଦ୍ଧି ଲକ୍ଷ୍ୟ, ମୁଦ୍ରା ସ୍ଥିରତା ଏବଂ ସୁଧ ହାର ପରିଚାଳନାରେ ସଫଳତା ପାଇଁ ‘ଏ’ରୁ ‘ଏଫ୍‌’ ପର୍ଯ୍ୟନ୍ତ ଗ୍ରେଡ୍‌ ଦିଆଯାଇଥାଏ। ଉତ୍କୃଷ୍ଟ କାର୍ଯ୍ୟଦକ୍ଷତା ପାଇଁ ଗ୍ରେଡ୍ ‘ଏ’ ଦିଆଯାଉଥିବାବେଳେ ସଂପୂର୍ଣ୍ଣ ବିଫଳତା ପାଇଁ ‘ଏଫ୍‌’ ଦିଆଯାଏ। କେନ୍ଦ୍ରୀୟ ବ୍ୟାଙ୍କର୍ ‘ଏ +’ ବର୍ଗରେ ଡେନମାର୍କର ଖ୍ରୀଷ୍ଟିଆନ କେଟଲ ଥୋମସେନ, ଭାରତର ଶକ୍ତିକାନ୍ତ ଦାସ ଏବଂ ସ୍ୱିଜରଲ୍ୟାଣ୍ଡର ଥୋମାସ ଜୋର୍ଡନ ସ୍ଥାନ ପାଇଛନ୍ତି।

ଅପରପକ୍ଷେ, ଏହି ସଫଳତା ପାଇଁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶକ୍ତିକାନ୍ତ ଦାସଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆରବିଆଇ ଗଭର୍ଣ୍ଣରଙ୍କ ନେତୃତ୍ଵକୁ ମାନ୍ୟତା ମିଳିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ପ୍ରଶଂସା କରିଛନ୍ତି। ସେ ଏକ୍ସରେ ଲେଖିଛନ୍ତି, ‘‘ଏହି ସଫଳତା ପାଇଁ ଆରବିଆଇ ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସଙ୍କୁ ଅଭିନନ୍ଦନ, ଏବଂ ସେ ପୁଣି ଦ୍ୱିତୀୟ ଥର ପାଇଁ। ଏହା ଆରବିଆଇରେ ତାଙ୍କର ନେତୃତ୍ୱ ଏବଂ ଅର୍ଥନୈତିକ ଅଭିବୃଦ୍ଧି ଓ ସ୍ଥିରତା ସୁନିଶ୍ଚିତ କରିବା ଦିଗରେ ତାଙ୍କ କାର୍ଯ୍ୟକୁ ମିଳିଥିବା ମାନ୍ୟତା।’’

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।