MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନୂଆ ବର୍ଷରେ ଚୋରା ମଦ ମନା ।

ଚୋରା ମଦ ବିକିଲେ ହେବ କଡ଼ା କାର୍ୟ୍ୟାନୁଷ୍ଠାନ । ଚୋରା ମଦ ବିକ୍ରି ଉପରେ ଅବକାରୀ ବିଭାଗର ନଜର ରହିଛି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ନବ ବର୍ଷ ସେଲିବ୍ରେସନ୍ ବେଳେ ଯେପରି କୌଣସି ଅପରାଧ ନଘଟେ ତା’ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର । ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ଜିରୋ ନାଇଟକୁ ନେଇ ବିଭାଗ ପ୍ରସ୍ତୁତ ହୋଇ ରହିଛି । ଚୋରା ମଦ ବିକ୍ରି ଉପରେ ଅବକାରୀ ବିଭାଗର ନଜର ରହିଛି । ଜିରୋ ନାଇଟ ପାଇଁ କୌଣସି ଅସ୍ଥାୟୀ ଲାଇସେନ୍ସ ଦିଆଯିବ ନାହିଁ । ଜିରୋ ନାଇଟର ଆଳ ଦେଖାଇ ଚୋରା ମଦ ବିକ୍ରି କରିପାରିବେ ନାହିଁ । ଆଗାମୀ ଜାନୁଆରୀ ଶେଷ ପର୍ଯ୍ୟନ୍ତ କଡ଼ା ଚେକିଂ ପାଇଁ ବିଭାଗକୁ ନିର୍ଦ୍ଧେଶ ଦିଆଯାଇଛି । ପ୍ରତ୍ୟକ ଜିଲ୍ଲାକୁ ମଧ୍ୟ ଜଣାଇ ଦିଆଯାଇଛି ବୋଲି ଆଇନ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।