MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହତ୍ୟା ଅଭିଯୋଗ।


ମୋ ଟିଭି ଓଡିଶା / ଖୋର୍ଦ୍ଧା :

ଖୋର୍ଦ୍ଧା ନିରାକାରପୁର ଥାନା ଅଞ୍ଚଳରୁ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର। ନିରାକାରପୁର ଥାନା ଅଧିନସ୍ଥ ତୋଟାଭଗବତୀ ନିକଟ ଜଙ୍ଗଲରୁ ମିଳିଛି ଯୁବକଙ୍କ ଝୁଲନ୍ତା ମୃତଦେହ।

ଯୁବକ ଜଣକ ଜଙ୍କିଆ ଥାନା ଅନ୍ତର୍ଗତ କୃଷ୍ଣପୁର ଗ୍ରାମର ସନ୍ତୋଷ ସେଠୀ ବୋଲି ଜଣା ପଡିଛି। ସନ୍ତୋଷ ଘରୁ ଏଟିଏମ କାର୍ଡ ଧରି ମୋଟର ସାଇକେଲ ରେ ଟଙ୍କା ଉଠାଇବା ପାଇଁ ବ୍ୟାଙ୍କ କୁ ଆସିଥିଲେ ବୋଲି ପରିବାର ଲୋକଙ୍କ ଠାରୁ ଜଣାପଡିଛି। ମୁତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୃତକ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ହୋଇଛି।

ଘଟଣା ସ୍ଥଳରେ ନିରାକାରପୁର ପୋଲିସ ସାଇଣ୍ଟିଫିକଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ମୃତ ଦେହକୁ ଜବତ କରି ବ୍ୟବଛେଦ ପାଇଁ ଖୋର୍ଦ୍ଧା ମେଡ଼ିକାଲ କୁ ପଠାଇଛି। ମେଡ଼ିକାଲରୁ ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ ର କାରଣ ଜଣାପଡିବ । ପାରିବାରିକ ଶତୃତାରୂ ସନ୍ତୋଷ କୁ ହତ୍ୟା କରାଯାଇଥିବା ଅଭିଯୋଗ କରି ଦୋଷୀକୁ ଧରିବାକୁ ଦାବିକରିଛନ୍ତି ମୃତକର ପରିବାର ଲୋକେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।