MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କାଲି ବିଜେଡିରୁ ଦେଇଥିଲେ ଇସ୍ତଫା, ଆଜି ପୁଣି ମିଶିଲେ

ମୋଟିଭି ଓଡିଶା : ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ। ତାଙ୍କୁ ଦଳ ଟିକେଟ ନ ଦେବାରୁ ସେ ଅସନ୍ତୁଷ୍ଠ ହୋଇଥିଲେ। ତେବେ ତତକାଳ ସେ କିଛି ନିଷ୍ପତି ନେଇ ନ ଥିଲେ। ହେଲେ ଗତକାଲି ସେ ଦଳରୁ ଇସ୍ତଫା ଦେଇଥିଲେ। ଆଜି ନବୀନ ନିବାସ ତରଫରୁ ତାଙ୍କୁ ଡକରା ହେବା ପରେ ସେ ପୁଣି ଥରେ ଦଳକୁ ଫେରିଛନ୍ତି। ତାଙ୍କ ଇସ୍ତଫାକୁ ଆଗ୍ରାହ୍ୟ କରାଯାଇଛି।

ନବୀନ ନିବାସରେ ଆଲୋଚନା ପରେ ଜ୍ୟୋତିଙ୍କୁ ଦଳ ବଡ ଦାୟିତ୍ବ ପ୍ରଦାନ କରିଛି। ତାଙ୍କୁ ଆଜି ବାଲେଶ୍ବର ଜିଲ୍ଲା ସଭାପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ତେବେ ବାଲେଶ୍ବର ଜିଲ୍ଲା ସଭାପତି ଥିବା ଅଶ୍ବନୀ ପାତ୍ରଙ୍କୁ ଦଳର ରାଜ୍ୟ ବରିଷ୍ଠ ସାଧାରଣ ସଂପାଦକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏ ନେଇ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।