February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅବସର କାଳୀନ ସମ୍ବର୍ଦ୍ଧନା ସଭା


ମୋ ଟିଭି ଓଡିଶା / ଆଗରପଡ଼ା,ତା୨୧/୯:

ବନ୍ତ ବ୍ଳକ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ତୋଫାବିବି କ୍ଲଷ୍ଟରର ପ୍ରାକ୍ତନ ଶିକ୍ଷକ ଦେବେନ୍ଦ୍ର ମଲ୍ଲିକଙ୍କ କ୍ଲଷ୍ଟର ସ୍ତରୀୟ ଅବସର କାଳୀନ ସମ୍ବର୍ଦ୍ଧନା ସଭା ତୋଫାବିବି ବିଦ୍ୟାଳୟରେ ଅନୁଷ୍ଟିତ ହୋଇଯାଇଛି ।

ଏକାଦଶୀ ମ.ଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗନ୍ନାଥ ମଲ୍ଲିକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଓଲଷ୍ଟାର ଯୁଗ୍ମ ସଂପାଦକ ପ୍ରଣୟ ସିଂହ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଫକିର ଚରଣ ଶଙ୍ଖୁଆ ଯୋଗ ଦେଇଥିଲେ । ସିଆରସିସି ନିରଜଂନ ଖିଲାର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଧରଣୀଧର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଅବସରରେ ଶ୍ରୀ ମଲ୍ଲିକଙ୍କୁ ଉପଢୌକନ ଓ ମାନପତ୍ର ପ୍ରଦାନ ପୂର୍ବକ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏଥିରେ କ୍ଲଷ୍ଟର ସମସ୍ତ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।