February 28, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ।


ମୋଟିଭି ଓଡିଶା : କଳାହାଣ୍ଡି:୩୧/୦୫(ସନତ ପ୍ରଧାନୀ) :
କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ଟିକେଚନ୍ଦ୍ର ମାଝୀ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା I ଏହି ଅବସରରେ ଆୟୋଜିତ ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମନାରାୟଣ ପଣ୍ଡା ସଭାପତିତ୍ୱ କରିଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର ମୋହନ ଯୋଶୀ, ପ୍ରଭାତ କୁମାର ଖମାରି, ବରିଷ୍ଠ ସାମ୍ବାଦିକ ତଥା ସମାଜସେବି ଶେଷଦେବ ବେହେରା, ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ଲଳିତ କୁମାର ନାଏକ ଓ ବିଭାଗୀୟ ଅଧିକାରୀ ଶୋଭାରାମ ଜାଲ ପ୍ରମୁଖ ମଞ୍ଚାସିନ ଥିଲେ I ଏହା ସହ ଚଳିତ ମାସରେ ଅବସର ଗ୍ରହଣ କରିଥିବା ଦୁଇ ଜଣ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦୁର୍ଯ୍ୟୋଧନ ବାଗ ଓ ଋଷିମଣି ବାଣୁଆ ଙ୍କୁ ସମ୍ବର୍ଦ୍ଧନା ଦିଆଯିବା ସହ ଗତ ମାଟ୍ରିକ ବୋର୍ଡ଼ ପରୀକ୍ଷା ରେ ବ୍ଲକ ରେ ସର୍ବୋଚ୍ଚ ନମ୍ବର ହାସଲ କରିଥିବା ସୌମ୍ୟା ପ୍ରିୟଦର୍ଶିନୀ ପଟ୍ଟନାୟକ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ଏବଂ କାର୍ଯ୍ୟାଲୟର ପଦୋନ୍ନତି ପାଇଥିବା ପୂର୍ବ କନିଷ୍ଠ କିରାଣୀ ଦେବେନ୍ଦ୍ର ଶବର ଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଜ୍ଞ୍ୟାପନ କରାଯାଇଥିଲା I ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ତଥା ସମସ୍ତ ସିଆରସିସି ମାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଶିକ୍ଷକ ପୁର୍ଣଚନ୍ଦ୍ର ପଣ୍ଡା, ସଞ୍ଜୟ କୁମାର ପଣ୍ଡା ଉପସ୍ଥିତ ଥିବାବେଳେ ସିଆରସିସି କୁଚାଗାଁ ଅନନ୍ତ ନାରାୟଣ ପଣ୍ଡା ମଞ୍ଚ ପରିଚାଳନା କରିଥିବା ବେଳେ ସିଆରସିସି ପୋଡାଖୋଲ ନବ କିଶୋର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ I

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।