MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସିଲିଣ୍ଡର ବିସ୍ଫୋରଣରେ ଉଡିଲା ଛାତ……

ମୋ ଟିଭି ଓଡିଶା / ନୟାଗଡ :

ଫ୍ୟାନରୁ ସର୍ଟ ସର୍କିଟ୍ ପରେ ଘରେ ନିଆଁ ଲାଗି ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ହୋଇଛି| ବିସ୍ଫୋରଣରେ ଘରର ଛାତ ଉଡିଯାଇଛି। ଏହି ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ପରିବାର। ନୟାଗଡ ଜିଲ୍ଲା ଭାପୁର ତହସିଲ କାର୍ଯ୍ୟାଳୟର ମୁଖ୍ୟ କିରାଣୀଙ୍କ କ୍ଵାର୍ଟର୍ସରେ ଏହି ଅଗ୍ନିକାଣ୍ଡ ଘଟିଛି। ରାତି ୩ଟାବେଳେ ଏହି ଘଟଣା ଘଟିଛି। ଘରେ ଶୋଇଥିଲେ ଭାପୁର ତହସିଲ କାର୍ଯ୍ୟାଳୟର ମୁଖ୍ୟ କିରାଣୀ କୈଳାଶ ଚନ୍ଦ୍ର ଦାସ , ତାଙ୍କ ପତ୍ନୀ ଏବଂ ୩ ପିଲା ଏବଂ ମାଆ। ହଠାତ୍ ମାଆ ଶୋଇଥିବା ରୁମରେ ଥିବା ଫ୍ୟାନରେ ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଯାଇଥିଲା। ଦେଖୁ ଦେଖି ଚାରିଆଡେ ବ୍ୟାପି ଯାଇଥିଲା ନିଆଁ। ସମସ୍ତେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ। ନିଆଁରେ ଘରେ ଥିବା ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ହୋଇଥିଲା। ପ୍ରଚଣ୍ଡ ଶଦ୍ଦ ହେବା ସହ ଘରର ଛାତ ଉଡିଯାଇଥିଲା। ନିଆଁରେ କୈଳାଶ , ତାଙ୍କ ପତ୍ନୀ ଓ ମାଆଙ୍କର ଶରୀରର ବିଭିନ୍ନ ସ୍ଥାନ ଜଳିଯାଇଛି। ଖବର ପାଇ ଭାପୁର ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।