MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଜେଟ୍ ଅଧିବେଶନର ଦ୍ଵିତୀୟ ଦିନ : ବିରୋଧୀ ଦଳ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି ।

ମୋ ଟିଭି ଓଡିଶା / ଭୁବନେଶ୍ଵର :

ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନ। ବିରୋଧୀ ଦଳ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି । ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା ହେବ। ଆଜି ଘୃହରେ ପଞ୍ଚାୟତିରାଜ, ପାନୀୟ ଜଳ, ଗୃହ ନିର୍ମାଣ, ନଗର ଉନ୍ନୟନ , ଗ୍ରାମ୍ୟ ଉନ୍ନୟନ , ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଏବଂ କର୍ମଚାରୀ ରାଜ୍ୟବୀମା , ସରକାରୀ ଉଦ୍ୟୋଗ ବିଭାଗର ପ୍ରଶ୍ନକାଳ ରହିଛି। ବିରୋଧୀ ଦଳ ପକ୍ଷରୁ ଦରଦାମ୍ ବୃଦ୍ଧି ଏବଂ ସରକାର ଚୁପ୍ ପ୍ରସଙ୍ଗରେ ମୂଲତବୀ ପ୍ରସ୍ତାବ ଦିଆଯାଇଛି। ଗତକାଲି ପ୍ରଥମ ଦିନରେ ଦୁଇ ବିରୋଧୀ ବିଜେଡି ଏବଂ କଂଗ୍ରେସ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ।  ଚଳିତ ଅଧିବେଶନରେ ଏହି ଦୁଇ ପ୍ରସଙ୍ଗରେ ଗୃହ ସରଗରମ ହେବାର ଆଶା କରାଯାଉଛି। ସୋମବାର ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀ ବିଜେଡି ଏବଂ କଂଗ୍ରେସ କକ୍ଷତ୍ୟାଗ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।