February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଓଡ଼ିଶାରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ

ମୋଟିଭି ଓଡିଶା : ଓଡ଼ିଶାରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେଉଛି । ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ବୁଥ ମାନଙ୍କରେ ଲାଗିଛି ଗହଳି। ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଏବଂ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି। ଏହି ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଭୋଟର ଏବଂ ୮୫୧ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି। ଏହି ପର୍ଯ୍ୟାୟରେ ଭୋଟ ପାଇଁ ୯ ହଜାର ୧୪୮ ମତଦାନ କେନ୍ଦ୍ର ରହିଛି।

ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ବରଗଡରେ ସର୍ବାଧିକ ୯.୩୧ ପ୍ରତିଶତ ଭୋଟ୍‌‌ ପଡିଛି। ଆସିକାରେ ୭.୬୨ ପ୍ରତିଶତ, ବଲାଙ୍ଗୀରରେ ୫.୭୬ ପ୍ରତିଶତ, କନ୍ଧମାଳରେ ୬.୭୯ପ୍ରତିଶତ, ଏବଂ ସୁନ୍ଦରଗଡରେ ୪.୮୯ ପ୍ରତିଶତ ମତଦାନ ହୋଇଛି l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।