February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ସଫଳତାର  ସହ  କାର୍ଯ୍ୟକାରୀ କରିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ 

ସେପ୍ଚେମ୍ବର ୨୭ ଓ  ୨୮ରେ ଜିଲ୍ଲାପାଳ ସମ୍ମିଳନୀ 

ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଓ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଭିତ୍ତିକ ଆଲୋଚନା ହେବ । 

ମୋ ଟିଭି ଓଡିଶା / ଭୁବନେଶ୍ୱର- ୨୪.୦୯.୨୦୨୪ 

ଆଜି ପୂର୍ବାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।  ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ସମେତ ସଂପୃକ୍ତ  ବିଭିନ୍ନ ବିଭାଗର ସହଯୋଗରେ ଜନକଲ୍ୟାଣକାରୀ ‘ସୁଭଦ୍ରା’ ଯୋଜନା ସଫଳତାର ସହିତ ଆରମ୍ଭ ହୋଇଥିବାରୁ  ମୁଖ୍ୟ ଶାସନ ସଚିବ ପ୍ରଶଂସା କରିଥିଲେ  । ରାଜ୍ୟ ସରକାରଙ୍କ  ୧୦୦ ଦିନର କାର୍ଯ୍ୟ ସଫଳତା ମଧ୍ୟରେ ଯେଉଁ ସବୁ ଯୋଜନା ଏବଂ କାର୍ଯ୍ୟକ୍ରମ ଜାରି ରହିଛି,  ସେସବୁକୁ ତ୍ୱରାନ୍ୱିତ କରି ବିଭାଗୀୟ କାର୍ଯ୍ୟ ପ୍ରଦର୍ଶନରେ ଅଧିକ ଉନ୍ନତି ଆଣିବାକୁ ମୁଖ୍ୟ ଶାସନ ସଚିବ ସମସ୍ତ ସଚିବମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଏଥି ସହିତ ମୁଖ୍ୟ ଶାସନ ସଚିବ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ଭଲ ଭାବେ ବୁଝିବା ସହିତ ସେସବୁ ଦକ୍ଷତା ଏବଂ ସଫଳତାର  ସହ କାର୍ଯ୍ୟକାରୀ କରିବାକୁ  ପରାମର୍ଶ ଦେଇଛନ୍ତି ।

ବିଭିନ୍ନ ଯୋଜନାର କାର୍ଯ୍ୟକାରିତାରେ ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା, ସମସ୍ୟାର ସମାଧାନ, ଜନସାଧାରଣଙ୍କ ଠାରୁ ମତାମତ ସଂଗ୍ରହ ସହ ବିଭନ୍ନ ଅଂଚଳରେ ଜନସାଧାରଣଙ୍କର ପାନୀୟ ଜଳ, ରାସ୍ତା, ସ୍ୱାସ୍ଥ୍ୟସେବା ଭଳି ସର୍ବନିମ୍ନ ଆବଶ୍ୟକତାକୁ ପୂର୍ଣ୍ଣମାତ୍ରାରେ ଉପଲବ୍ଧ କରାଇବା ସୁନିଶ୍ଚିତ କରାଯିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । 

ଗ୍ରାମାଂଚଳ ଓ ସହରାଂଚଳ  ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ, ଭୂ ସଂସ୍କାର, ପର୍ଯ୍ୟଟନ ସମେତ ବିଭିନ୍ନ ବିଭାଗ ଜରିଆରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ପାଇଁ ରାଜ୍ୟକୁ କେନ୍ଦ୍ର ସରକାରଙ୍କର ପୁଞ୍ଜି ବିନିଯୋଗ ପାଇଁ ସ୍ୱତନ୍ତ୍ର ସହାୟତା ପାଣ୍ଠି ଅନୁଦାନ-୨୦୨୪-୨୫ର ବିନିଯୋଗ ସ୍ଥିତି ଓ ପ୍ରସ୍ତାବ ସଂପର୍କରେ ଆଲୋଚନା କରାଯାଇ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦିଆଯାଇଥିଲା। 

 ବୈଠକରେ ନୀତି ଆୟୋଗ ତରଫରୁ କେନ୍ଦ୍ର ବଜେଟ୍ ୨୦୨୪-୨୫ରେ  ଘୋଷଣା ଅନୁଯାୟୀ  ‘ପୂର୍ବୋଦୟ’ ରାଜ୍ୟମାନଙ୍କ ପାଇଁ ଏକ ବ୍ୟାପକ ଦୂରଦୃଷ୍ଟି ଯୋଜନା ପ୍ରଣୟନ ପାଇଁ ନୀତି ଆୟୋଗଙ୍କ ଦ୍ୱାରା ଗଠିତ ପରାମର୍ଶଦାତା କମିଟି ପାଇଁ ଆବଶ୍ୟକୀୟ ମତାମତ ପ୍ରଦାନ ନିମନ୍ତେ ମୁଖ୍ୟ ଶାସନ ସଚିବ ବିଭାଗୀୟ ସଚିବମାନଙ୍କୁ ପରାମର୍ଶ ଦେଇଥିଲେ । ସେହିପରି ଗତ ଜୁଲାଇ ମାସରେ ନୀତି ଆୟୋଗଙ୍କ  ୯ମ କାର୍ଯ୍ୟନିର୍ବାହୀ ପରିଷଦର ବୈଠକରେ ଆଲୋଚିତ ନିର୍ଦ୍ଦିଷ୍ଟ କାର୍ଯ୍ୟପନ୍ଥାଗୁଡିକର କାର୍ଯ୍ୟାନ୍ୱୟନ ନେଇ ଆଲୋଚନା   କରାଯାଇଥିଲା ।  

ଚଳିତ ସେପ୍ଟେମ୍ବର ୨୭ ଓ ୨୮ତାରିଖରେ ଜିଲ୍ଲାପାଳ ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ସମ୍ମିଳନୀରେ ବିଭିନ୍ନ ବିଭାଗର ସଚିବମାନଙ୍କ ସମେତ ପ୍ରଥମ ଦିନରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଦ୍ୱିତୀୟ ଦିନରେ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକମାନେ ଯୋଗଦାନ କରି ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଭିତ୍ତିକ ଆଲୋଚନା କରିବା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । 

ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ,  ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ  ଦେଓରଂଜନ କୁମାର ସିଂଙ୍କ ସମେତ ଅନ୍ୟ ସମସ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ । 

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।