MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆସନ୍ତା କାଲି ସପ୍ତାଦଶ ବିଧାନସଭା ଅଧିବେଶନ

ସରିଲା ସର୍ବଦଳୀୟ ବୈଠକ; ବିଧାନସଭା କାର୍ଯ୍ୟରେ ସହଯୋଗ ପାଇଁ ବିରୋଧୀଙ୍କ ପ୍ରତିଶ୍ରୁତି, ଆସିଲାନି କଂଗ୍ରେସ

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଆସନ୍ତା କାଲି(ଜୁଲାଇ ୨୨-ସୋମବାର)ଠାରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭା ଅଧିବେଶନ। ଏହା ପୂର୍ବରୁ ରବିବାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ। ଗୃହ କାର୍ଯ୍ୟ କିପରି ଶୃଙ୍ଖଳିତ ଭାବେ ଚାଲିବ ସେ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା ବୋଲି ବାଚସ୍ପତି ସୁରମା ପାଢ଼ୀ ସୂଚନା ଦେଇଛନ୍ତି। ସେହିପରି ବିଧାନସଭା କାର୍ଯ୍ୟରେ ବିରୋଧୀ ଦଳର ବିଧାୟକମାନେ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହଦେଓ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଏହି ସର୍ବଦଳୀୟ ବୈଠକରେ କଂଗ୍ରେସ ବିଧାୟକମାନେ ଯୋଗଦେଇ ନ ଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।