February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାହୁଲ ଙ୍କୁ ସମର୍ଥନ କଲେ ଶଙ୍କରାଚାର୍ଯ୍ୟ…..

ମୋ ଟିଭି ଓଡିଶା / ନୂଆଦିଲ୍ଲୀ :

ଲୋକସଭାରେ ରାହୁଲ ଗାନ୍ଧି ଦେଇଥିବା ବୟାନକୁ ବିଜେପି ହିନ୍ଦୁ ବିରୋଧ କହି ତାଙ୍କୁ ସମାଲୋଚନା କରିଛି। ଏହାକୁ ନେଇ ବିବାଦ ଚାଲିଥିବା ବେଳେ ରାହୁଲ ଗାନ୍ଧିଙ୍କ ସମର୍ଥନରେ ବାହାରିଛନ୍ତି ଜ୍ୟୋତିଷ ପୀଠର ୪୬ତମ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ। ସେ ରାହୁଲ ଗାନ୍ଧିଙ୍କୁ ଖୋଲାଖୋଲି ଭାବେ ସମର୍ଥନ କରିଛନ୍ତି। ରାହୁଲ ଗାନ୍ଧି ପୂରା ହିନ୍ଦୁ ସଂପ୍ରଦାୟକୁ ହିଂସ୍ର ବୋଲି ଅଭିଯୋଗ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହାକୁ ନେଇ ଦୁଇ ଦଳ ମଧ୍ୟରେ ସଂସଦ ଭିତରେ ଓ ବାହାରେ ବାକଯୁଦ୍ଧ ଦେଖିବାକୁ ମିଳିଥିଲା। କିନ୍ତୁ ହିନ୍ଦୁ ସମାଜର ଛବି ଭାବେ ଉଭା ହେଉଥିବା ଶଙ୍କରାଚାର୍ଯ୍ୟ ଅଲଗା ଦିଗରେ ଏହାକୁ ବିଚାର କରିଛନ୍ତି।

ସେ କହିଛନ୍ତି, “ଆମେ ବେଶ ଯତ୍ନର ସହ ରାହୁଲ ଗାନ୍ଧିଙ୍କ ପୂରା ଭାଷଣକୁ ଶୁଣିଥିଲୁ। ସେ ସ୍ପଷ୍ଟ ଭାବେ ବେଶ ଜୋର ଦେଇ କହିଥିଲେ ଯେ ହିନ୍ଦୁ ଧର୍ମ ହିଂସା ଓ ଘୃଣାକୁ ପ୍ରତ୍ୟାଖ୍ୟାନ କରିଛି। ହିନ୍ଦୁ ଧର୍ମରେ ହିଂସାର କୌଣସି ସ୍ଥାନ ନଥିବା ସେ ସ୍ପଷ୍ଟ ଭାବେ କହିଥିଲେ। ତଥାପି ତାଙ୍କ ବିରୋଧରେ ହିନ୍ଦୁ ଧର୍ମ ବିରୋଧରେ ମତ ରଖିଥିବା ଅଭିଯୋଗ ଆଣିବା ଠିକ ନୁହେଁ। ସୋସିଆଲ ମିଡିଆରେ ତାଙ୍କ ବୟାନର ଭିଡିଓକୁ କାଣ୍ଟଛାଣ୍ଟ କରି ଭାଇରାଲ କରାଯାଉଛି। ନିର୍ଦ୍ଦିଷ୍ଟ ବୟାନ ଉପରେ ଫୋକସ କରାଯାଉଛି। ତଥ୍ୟକୁ ଯେଉଁମାନେ ବିଭ୍ରାନ୍ତ କରୁଛନ୍ତି, ସେମାନଙ୍କୁ ଉତ୍ତରଦାୟୀ କରାଯାଉ। ରାହୁଲ ଗାନ୍ଧିଙ୍କ ବୟାନର ଭାଷଣର ଛୋଟ ଛୋଟ ଅଂଶକୁ ଭାଇରାଲ କରାଯାଇ କେବଳ ବିଭ୍ରାନ୍ତ କରିବାକୁ ଚେଷ୍ଟା କରାଯାଉଛି। ଏପରି ଲୋକଙ୍କୁ ଦଣ୍ଡ ମିଳିବା ଦରକାର।”

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।