MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଶିମିଳିପାଳ ବନ୍ଦ ।

ଲଗାଣ ବର୍ଷା ଯୋଗୁଁ ଆଜି ଶିମିଳିପାଳ ଅଭୟାରଣ୍ୟକୁ ପର୍ୟ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପନିର୍ଦ୍ଦେଶକ ସାଇ କିରଣ ସୂଚନା ଦେଇଛନ୍ତି। ବର୍ଷା ଯୋଗୁ ପର୍ୟ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପାଇଁ ଦିନକ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ କରାଯାଇଛି। ଶିମିଳିପାଳ ମଧ୍ୟରେ ପାହାଡ଼ିଆ ମାଟି ରାସ୍ତାରେ ଅଘଟଣକୁ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଅଭୟାରଣ୍ୟ ମଧ୍ୟକୁ କୌଣସି ଗାଡ଼ି ପ୍ରବେଶ କିମ୍ବା ପ୍ରସ୍ଥାନ କରିବ ନାହିଁ। ପରବର୍ତ୍ତୀ ସ୍ଥିତିକୁ ଦେଖି ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।