February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶୋଇଥିବା ବେଳେ ଭାଇ ଭଉଣୀଙ୍କୁ ଗୁଳିମାଡ଼


ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭଗାମୁଣ୍ଡା ଗାଁରେ ଅଘଟଣ । ରାତିରେ ଶୋଇଥିବା ବେଳେ ଭାଇ ଭଉଣୀ ଦେହରେ ଗୁଳି ବାଜି ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ପ୍ରଫୁଲ୍ଲ ମିର୍ଧାଙ୍କ ୧୧ ବର୍ଷର ପୁଅ ପ୍ରକାଶ ମିର୍ଧା ଓ ୧୫ ବର୍ଷୀୟ ଝିଅ ଯଜ୍ଞସେନୀ ମିର୍ଧା ଘର ବାରଣ୍ଡାରେ ଶୋଇଥିଲେ । ରାତି ପ୍ରାୟ ୧୨ ଟା ବେଳେ ହଠାତ ଉଭୟ ଚିତ୍କାର କରି ଉଠିଥିଲେ । ପରିବାର ଲୋକ ଦଉଡି ଆସି ଦେଖିବା ବେଳେକୁ ସେମାନଙ୍କ ଦେହରେ ଗୁଳି ବାଜିଛି ।

ଉଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପ୍ରଥମେ କିଶୋରନଗର ମେଡିକାଲ ଓ ପରେ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା । ତେବେ ସେଠାରେ ଉଭୟଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । ଅନ୍ୟପଟେ କିଏ କିଭଳି ଭାବରେ ଗୁଳିକାଣ୍ଡ କରିଛି ବର୍ତ୍ତମାନ ପର୍ୟ୍ୟନ୍ତ ଜଣାପଡିନଥିବା ବେଳେ ଖବର ପାଇ କିଶୋରନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତ ବେଳେ ଜନ୍ତୁ ଶିକାରୀଙ୍କ ଗୁଳି ମାଡରେ ଏଭଳି ଅଘଟଣ ଘଟିଥାଇ ପାରେ ବୋଲି ସନ୍ଦେହ କରାଯାଉଛି ।

ମୋ ଟିଭି ଓଡିଶା, ଅନୁଗୁଳ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।