February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ ।

ବିଧାନସଭାରେ ବିରୋଧୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି । ଅଧିବେଶନରେ ବିରୋଧୀ ଗଠନମୂଳକ ପରାମର୍ଶ ଦେଲେ ଉପାଦେୟ ହେବ । କିନ୍ତୁ ବିଶୃଙ୍ଖଳା ଆଚରଣ କଲେ ବରଦାସ୍ତ କରାଯିବନି । ଫେବ୍ରୁଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ୧୩ ତାରିଖରେ ମହାମହିମ ରାଜ୍ୟପାଳ ଅଭିଭାଷଣ ପ୍ରଦାନ କରିବେ । ୧୪ ଏବଂ ୧୫ ତାରିଖରେ ଅଭିଭାଷଣ ସମ୍ପର୍କରେ ଆଲୋଚନା ହେବ । ଚଳିତ ବିଧାନସଭାରେ ୨୮ ଦିନ କାଯ୍ୟକାରୀ ଦିବସ ରହିଛି । ଏହା ଭିତରେ ୩ ଦିନ ସରକାରୀ ଏବଂ ୩ ଦିନ ବେସରକାରୀ କାଯ୍ୟକ୍ରମ ରଖାଯାଇଛି । ଅଧିବେଶନ ବଜେଟ ଆଗତ ହେବ ଏହା ଉପରେ ମଧ୍ୟ ଆଲୋଚନା ହେବ । ବଜେଟ ସମ୍ପର୍କରେ ସ୍ୱତନ୍ତ୍ର ଭାବରେ ନିରୀକ୍ଷକ କରିବା ପାଇଁ ୨୨ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ୟନ୍ତ ବିଭିନ୍ନ ସ୍ଥାୟୀ କମିଟି ଦ୍ଵାର ଆଲୋଚନା ହେବ । ୭ ମାର୍ଚ୍ଚରେ ସ୍ଥାୟୀ କମିଟି ଦ୍ଵାର ରିପୋର୍ଟ ଉପସ୍ଥାପନା ହେବ । ୧୦ ମାର୍ଚ୍ଚ ଠାରୁ ଖର୍ଚ୍ଚ ଦାବୀ ସମ୍ପର୍କରେ ଆଲୋଚନା ହେବ । ଏହାପରେ ୨୯ ତାରିଖରେ ବିନିଯୋଗ ବିଲ ଉପରେ ଉପସ୍ଥାପନା ହେବ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।