ମୋ ଟିଭି ଓଡିଶା / ପୁରୀ :
ଆସନ୍ତା କାଲି (ବୁଧବାର) ଜୁଲାଇ ୧୭ରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କର ସୁନାବେଶ ହେବ । ସୁନାବେଶ ପାଇଁ ପୁରୀରେ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀ ଯୋଗେ ପୁରୀ ଏସପି ପିନାକ ମିଶ୍ର ସୂଚନା ଦେଇଛନ୍ତି । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ପୁରୀ ଏସପି କହିଛନ୍ତି, ସୁନାବେଶରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଜମିବ । ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ ଓ ଭିଡ ନିୟନ୍ତ୍ରଣ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯିବ । ଆଣି ସୁଦ୍ଧା ବି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶ୍ରୀମାର୍ଗ ଦେଇ ମଧ୍ୟ ଶ୍ରଦ୍ଧାଳୁ ଆସିପାରିବେ । କାକୁଡିଖାଇ, ଦୋଳମଣ୍ଡପ, ଦୋଳବେଦୀ ଛକ ପ୍ରେସର ପଏଣ୍ଟ । ସମସ୍ତ ପ୍ରେସର ପଏଣ୍ଟ ଉପରେ ନଜର ରହିବ ବୋଲି ପୁରୀ ଏସପି କହିଛନ୍ତି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।