ଓଡିଶା ରୁ ଓ ଓଡିଶା ମଧ୍ୟଦେଇ ମହାକୁମ୍ଭ ମେଳା 2025 ପାଇଁ ପ୍ରୟାଗରାଜକୁ ସ୍ୱତନ୍ତ୍ର ଟ୍ରେନ –
- ଭୁବନେଶ୍ୱର-ତୁଣ୍ଡଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା କେନ୍ଦୁଝରଗଡ-ବୋକାରୋ-ଗୟା-ପ୍ରୟାଗରାଜ |
ଏହି ଟ୍ରେନ୍ 2025 ଜାନୁୟାରୀ ମାସ 1, 8, 22 ତାରିଖ ଓ ଫେବୃୟାରୀ ମାସ 5, 19, 26 ତାରିଖ ଦିନ ବୁଧବାର ଦିନମାନଙ୍କରେ ଭୁବନେଶ୍ୱର ଠାରୁ ଅପରାହ୍ନ 12ଘ.30ମି.ରେ ଛାଡି କେନ୍ଦୁଝରଗଡ-ବୋକାରୋ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ | ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ |
- ପୁରୀ-ତୁଣ୍ଡଲା-ପୁରୀ ସ୍ୱତନ୍ତ୍ର ଟ୍ରେନ୍ ଭାୟା ଭୁବନେଶ୍ୱର-ଭଦ୍ରକ-ଗୟା-ପ୍ରୟାଗରାଜ |
ଏହି ଟ୍ରେନ୍ 2025 ଜାନୁୟାରୀ ମାସ 6 ଓ 20 ତାରିଖ ଓ ଫେବୃୟାରୀ ମାସ 17 ତାରିଖ ଦିନ ସୋମବାର ଦିନମାନଙ୍କରେ ପୁରୀ ଠାରୁ ଅପରାହ୍ନ 12ଘ.30ମି.ରେ ଛାଡି ଭୁବନେଶ୍ୱର-ଭଦ୍ରକ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ | ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ |
- ଟିଟିଲାଗଡ-ତୁଣ୍ଡଲା-ଟିଟିଲାଗଡ଼ ସ୍ୱତନ୍ତ୍ର ଟ୍ରେନ୍ ଭାୟା ସମ୍ବଲପୁର-ଝାରସୁଗୁଡା-ଡ଼ିଡ଼ିୟୁ-ପ୍ରୟାଗରାଜ |
ଏହି ଟ୍ରେନ୍ 2025 ଜାନୁୟାରୀ ମାସ 9, 16, 23 ତାରିଖ ଓ ଫେବୃୟାରୀ ମାସ 6, 20, 27 ତାରିଖ ଦିନ ଗୁରୁବାର ଦିନମାନଙ୍କରେ ଟିଟିଲାଗଡ଼ ଠାରୁ ଅପରାହ୍ନ 12ଘ.30ମି.ରେ ଛାଡି ସମ୍ବଲପୁର-ଝାରସୁଗୁଡା-ଡ଼ିଡ଼ିୟୁ-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ | ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ |
- ବିଶାଖାପାଟନମ୍-ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ (ଡ଼ିଡ଼ିୟୁ)-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ |
ଏହି ଟ୍ରେନ୍ 2025 ଜାନୁୟାରୀ ମାସ 9, 16, 23 ତାରିଖ ଓ ଫେବୃୟାରୀ ମାସ 6, 20, 27 ତାରିଖ ଦିନ ଗୁରୁବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ଅପରାହ୍ନ 05ଘ.35ମି.ରେ ଛାଡି ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ | ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ |
- ବିଶାଖାପାଟନମ୍-ଗୋରଖପୁର-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ ଭାୟା ଭୁବନେଶ୍ୱର-ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା |
ଏହି ଟ୍ରେନ୍ 2025 ଜାନୁୟାରୀ ମାସ 5 ଓ 19 ତାରିଖ ଏବଂ ଫେବୃୟାରୀ ମାସ 16 ତାରିଖ ଦିନ ରବିବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ରାତ୍ରି 10ଘ.20ମି.ରେ ଛାଡି ଭୁବନେଶ୍ୱର-ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ | ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ |
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍ୟ ଅଗ୍ରଗତି ଜାରି ରହିଛି |
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ