January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ

ରାଜ୍ୟସଭା ଉପନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ।  ଡିସେମ୍ବର ୧୩ ତାରିଖ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ୨୦ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଅପରାହ୍ଣ ୫ଟାରେ ଭୋଟଗଣିତ ହେବ। 

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଡିସେମ୍ବର ୧୦ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଡିସେମ୍ବର ୧୩ ହେଉଛି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ। ଆବଶ୍ୟକସ୍ଥଳେ ଡିସେମ୍ବର ୧୦ ତାରିଖରେ ଭୋଟିଂ ହେବ।

ଉଲ୍ଲେଖଯୋଗ୍ୟ, ରାଜ୍ୟସଭା ସାଂସଦ ସୁଜିତ କୁମାର ଇସ୍ତଫା ଦେବାପରେ ଖାଲି ପଡ଼ିଥିବା ରାଜ୍ୟସଭା ପଦ ପାଇଁ ଆସନ୍ତା ଡିସେମ୍ବର ୧୦ ତାରିଖରେ ଏହି ଉପନିର୍ବାଚନ ହେବ। ଆଗରୁ ନିର୍ବାଚନ କମିସନ ଏହାର ଘୋଷଣା କରିଥିଲେ। ଶ୍ରୀ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ଏଥିଲାଗି ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ତାପରେ ସେ ପଦ୍ମ ଧରିଥିଲେ। 

ରାଜ୍ୟସଭା ଉପନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ।  ଡିସେମ୍ବର ୧୩ ତାରିଖ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ୨୦ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଅପରାହ୍ଣ ୫ଟାରେ ଭୋଟଗଣିତ ହେବ। 

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।