February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଦୀର୍ଘ ୬ ବର୍ଷ ପରେ ରାଜ୍ୟରେ ହେବ ଛାତ୍ର ସଂସଦ ନିର୍ବାଚନ

ଦୀର୍ଘ ୬ ବର୍ଷ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେବ ବୋଲି ଆଶା ଉଜ୍ଜୀବିତ ହୋଇଛି। ଛାତ୍ର ସଂସଦ ନିର୍ବାଚନକୁ ସରକାର ଗମ୍ଭୀରତାର ସହ ବିଚାର କରୁଛନ୍ତି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିବା ପରେ ନିର୍ବାଚନ ସମ୍ଭାବନା ବଢ଼ିଛି। ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଛାତ୍ର ସଂସଦ ନିର୍ବାଚନ ପାଇଁ ବିଚାର ବିମର୍ଷ ଚାଲିଛି ସରକାର ଯାହା ନିଷ୍ପତି ନେବେ ତାହା ଛାତ୍ର ସମାଜ ପାଇଁ ସକାରାତ୍ମକ ହେବ। ରାଜ୍ୟରେ ଥିବା ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟଗୁଡିକରେ ଛାତ୍ର ସଂସଦ ନିର୍ବାଚନ ହେବା ନେଇ ସରକାରୀ ଭାବେ ଘୋଷଣା ହୋଇନଥିଲେ ମଧ୍ୟ ଦୁର୍ଗାପୂଜା ଛୁଟି ପୂର୍ବରୁ ଛାତ୍ର ସଂସଦ ନିର୍ବାଚନ ହୋଇପାରେ ବୋଲି କୁହାଯାଉଛି। ଏହାକୁ ନେଇ ବିଭିନ୍ନ ଛାତ୍ର ସଂଗଠନ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।


ସୂଚନା ଥାଉକି, ୨୦୧୭ ମସିହାରେ ଶେଷଥର ପାଇଁ ଛାତ୍ର ସଂସଦ ନିର୍ବାଚନ ହୋଇଥିଲା। ୨୦୧୮ ମସିହାରେ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ସରିଥିଲା। ନିର୍ବାଚନର ମାତ୍ର ୨ଦିନ ପୂର୍ବରୁ ତିତିଲି ବାତ୍ୟାକୁ ଦୃଷ୍ଟିରେ ରଖି ନିର୍ବାଚନ ବାତିଲ କରାଯାଇଥିଲା। ସେହିପରି ୨୦୧୯ରେ କୋଭିଡ ମହାମାରୀ ପାଇଁ ନିର୍ବାଚନ ସ୍ଥଗିତ ରହିଥିଲା। ବିଭିନ୍ନ କ୍ୟାମ୍ପସରେ ହିଂସାକାଣ୍ଡ ହୋଇ ଶୈକ୍ଷିକ ବାତାବରଣ ପ୍ରଭାବିତ ହେଉଥିବା ଦର୍ଶାଇ ଛାତ୍ର ସଂସଦ ବନ୍ଦ ରହିଛି। ତେବେ ଯଦି ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ଖବରକୁ ସମସ୍ତ ଛାତ୍ର ସଂଗଠନ ସ୍ବାଗତ କରିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।