ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରିଛନ୍ତି ରାଜ୍ୟ ସରକାର। ଗିଫ୍ଟ ମିଲ୍କ ଯୋଜନାରେ ୨୯ଟି ସ୍କୁଲର ୧୧୮୪ ପିଲାଙ୍କୁ ପ୍ରତିଦିନ ୨୦୦ ଏମ୍ଏଲ୍ ଭିଟାମିନ୍ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା ହୋଇଛି। ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।
ମୟୂରଭଞ୍ଜରେ ଗୋ-ସମାବେଶ, ଓମଫେଡକୁ ବିପଣନ ସହାୟତା ଏବଂ ଗିଫ୍ଟମିଲ୍କ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଭିସିରେ ଏହାର ଶୁଭାରମ୍ଭ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ମୟୂରଭଞ୍ଜର ୩ ହଜାର ଚାଷୀଙ୍କୁ ଅଧିକ କ୍ଷୀର ଦେଉଥିବା ଗାଈ ପ୍ରଦାନ କରାଯାଇଥିଲା । ଗତବର୍ଷ ନଭେମ୍ୱର ୩୦ରେ ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଥିଲେ ରାଜ୍ୟ ସରକାର । ଡିସେମ୍ୱର ପହିଲାରୁ ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରାଯାଉଛି । ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ୭ ଟଙ୍କା ୬୪ ପଇସାକୁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରାଯାଇଛି। ପୂର୍ବରୁ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା । ସେହିପରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।