January 27, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

‘ସୁଭଦ୍ରା’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ରାଉରକେଲା, ୨ ସେପ୍ଟେମ୍ବର ୨୦୨୪: ରାଜ୍ୟରେ ମହିଳା ସଶକ୍ତିକରଣକୁ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା ଯୋଜନା’ ଚଳିତ ମାସ ୧୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ରାଉରକେଲା ସହରରେ ଯେପରି କେହି ବି ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ସୋମବାର ଦିନ ଏହି ଯୋଜନାର ନିୟମାବଳୀ ଉପରେ ଅବଗତ କରିବା ସହ ଏହାକୁ ସଠିକ୍ ଭାବେ କାର୍ଯ୍ଯକାରୀ କରିବା ନିମନ୍ତେ ସ୍ଥାନୀୟ ମଧୁସୂଦନ ଭବନରେ ଏକ ପ୍ରଶିକ୍ଷଣ ଶିବିରର ଆୟୋଜନ କରାଯାଇଥିଲା।

ଏହି ଯୋଜନାକୁ ସଫଳ କରିବା ପାଇଁ ଯୋଜନା ସହ ଜଡ଼ିତ ଅଙ୍ଗନବାଡ଼ି କର୍ମୀ, ଜନ ସେବା କେନ୍ଦ୍ର ତଥା ମୋ ସେବା କେନ୍ଦ୍ରର ପରିଚାଳକ ଏବଂ ନୋଡ଼ାଲ ଅଫିସର ମାନଙ୍କୁ ନେଇ ଏହି ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଥିଲା। ରାଉରକେଲା ସହରାଞ୍ଚଳର ସମସ୍ତ ଯୋଗ୍ୟ ହିତାଧିକାରୀ ଯେପରି ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ ଯୋଜନାର ଲାଭାର୍ଥି ହୋଇପାରିବେ, ସେଥିପାଇଁ ସମସ୍ତ କର୍ମଚାରୀ ଓ ଅଧିକାରୀ ସଚେତନ ରହିବାକୁ ଉପସ୍ଥିତ ଅତିଥି ମାନେ ସଚେତନ କରାଇଥିଲେ।

ଏହି ପ୍ରଶିକ୍ଷଣ ଶିବିରରେ ରାଉରକେଲା ମହାନଗର ନିଗମର ଯୁଗ୍ମ ଆୟୁକ୍ତ ଶ୍ରୀମତୀ ପଲ୍ଲବୀ ନାୟକ, ଉପ ପୌରାୟୁକ୍ତ ଶ୍ରୀଯୁକ୍ତ ତରୁଣ କାନ୍ତ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ସୀମା ଫlତିମା ଏକ୍କାଙ୍କ ସହ ରାଉରକେଲା ସହରାଞ୍ଚଳ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପର ସିଡିପିଓ ଶ୍ରୀମତୀ ଦର୍ଶନୀ ଏକ୍କା, ରାଉରକେଲା ଶିଳ୍ପାଞ୍ଚଳ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପର ସିଡିପିଓ ଶ୍ରୀମତୀ ସୁକେଶିନୀ କେର୍କେଟା ପ୍ରମୁଖ ଉପସ୍ଥିତ ଥିଲେ।

ସୁନ୍ଦରଗଡ଼ (ଦେବେନ୍ଦ୍ର କୁମାର ଭିତ୍ରିଆ )

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।