MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୯ ହାର୍ଡକୋର୍‌ ମାଓବାଦୀଙ୍କ ଆତ୍ମସମର୍ପଣ

ଛତିଶଗଡ଼ ସୁକମାରେ ୯ଜଣ ହାର୍ଡକୋର୍‌ ମାଓବାଦୀଙ୍କ ଆତ୍ମସମର୍ପଣ। ୨ ମହିଳା ମାଓବାଦୀଙ୍କ ସମେତ ୯ ଜଣ ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ୯ଜଣ ମାଓବାଦୀଙ୍କ ନାଁରେ ୪୩ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲ । ସୂଚନା ଯୋଗ୍ୟ, କିଛି ଦିନ ତଳେ ଛତିଶଗଡ଼ର ବିଜାପୁର ଜିଲାରେ ଯବାନମାନେ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଶକ୍ତିଶାଳୀ ବିସ୍ଫୋରକ ଉପକରଣ (ଆଇଇଡି) ବିସ୍ଫୋରଣରେ ଉଡ଼ାଇ ଦେଇଥିଲେ। ବିସ୍ଫୋରଣରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆର୍ଜି)ର ୮ ଯବାନ ଏବଂ ଗାଡ଼ି ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଗତ ୨ ବର୍ଷ ମଧ୍ୟରେ ମାଓବାଦୀମାନଙ୍କ ଛତିଶଗଡ଼ରେ ଏହା ସବୁଠୁ ବଡ଼ ଆକ୍ରମଣ ବୋଲି କୁହାଯାଉଛି। ଅନ୍ୟପକ୍ଷେ ଛତିଶଗଡ଼ରେ ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୮ ଯବାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି।

ବ୍ୟୁରୋ ରିପୋର୍ଟ : ମୋ ଟିଭି ଓଡିଶା

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।