MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କୋକସରା ଆଦର୍ଶ ବିଦ୍ୟାଳୟ ର ୧୦ ତମ ପ୍ରତିଷ୍ଠା ଦିବସ ସ୍ପାର୍କ ୨୪ ଅନୁଷ୍ଠିତ।


କଳାହାଣ୍ଡି:୧୫/୦୯(ସନତ କୁମାର ପ୍ରଧାନୀ)
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଙ୍ଗୋମୁଣ୍ଡା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୧୦ ତମ ପ୍ରତିଷ୍ଠା ଦିବସ ସ୍ପାର୍କ ୨୪ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି।

ଆଦର୍ଶ ବିଦ୍ୟାଳୟ ର ଅଧ୍ୟକ୍ଷା ନିଝୁମ ରାଣୀ ପଣ୍ଡିତ ଙ୍କ ସଭାପତିତ୍ୱ ରେ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ଵାଲା ଠାକୁର, ମୁଖ୍ୟ ବକ୍ତା ଭାବେ ବିଆରସିସି ତୋଫାନ ମାଝୀ, ଉପସ୍ଥିତ ରହି ପ୍ରଦୀପ ପ୍ରଜ୍ଜ୍ଵଳନ କରିବା ପରେ ଅଧ୍ୟକ୍ଷା ଶ୍ରୀମତୀ ପଣ୍ଡିତ ଓଡିଶା ଆଦର୍ଶ ବିଦ୍ୟାଳୟ ର ପ୍ରତିଷ୍ଠା ଦିବସ ଓ ବିଦ୍ୟାଳୟ ର ଉପଲବ୍ଧି ବିଷୟରେ ଓ ଆଗାମୀ ଦିନରେ ଛାତ୍ରଛାତ୍ରୀ ଙ୍କୁ ଶିକ୍ଷାଦାନ ପ୍ରତି ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପ୍ରତିଶ୍ରୁତିବଦ୍ଧ ହୋଇ ନିଜର ଯୋଗଦାନ ଦେବାକୁ ପରାମର୍ଶ ଦେଇଥିଲେ। ପ୍ରତିଷ୍ଠା ଦିବସ ଗୋଟିଏ ଶିକ୍ଷାନୁଷ୍ଠାନ ର ଉତ୍କର୍ଷତା କୁ ଦର୍ଶାଇ ଥାଏ ବୋଲି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ଶିକ୍ଷୟିତ୍ରୀ ଶ୍ରୀମତୀ ଠାକୁର କହିଥିଲେ।

ଏହି ଅବସର ରେ ବିଦ୍ୟାଳୟ ରେ ବିଭିନ୍ନ ବର୍ଗରେ ଅନୁଷ୍ଠିତ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଛି।କାର୍ଯ୍ୟକ୍ରମ କୁ ବିଧାୟକ ର ଶିକ୍ଷକ ଦୀନବନ୍ଧୁ କର,କମଳା କାନ୍ତ ସାହୁ, ଅମୂଲ୍ୟ କୁମାର ସିଂ, ଶଙ୍କର ରାଉତ, ଧୀରେନ୍ଦ୍ର ଠାକୁର, ଅମୂଲ୍ୟ ସିଂ, ଅସୀମ ଅଜିତାଭ ସାହୁ, ଶିକ୍ଷୟିତ୍ରୀ, କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।