MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶାନ୍ତି ଶୃଙ୍ଖଳା ସହିତ ସରିଲା ଚୈତ୍ର ମାସର ୧୩ ଦିନିଆ ଦଣ୍ଡଯାତ୍ରା


ଦାରିଙ୍ଗବାଡି,୧୩/୪(ସୁଶାନ୍ତ କୁମାର ସାହୁ) – କନ୍ଧମାଳ ଜିଲ୍ଲାର ବିଭିନ୍ନ ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଶନିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି l ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ହୋଇଥିବା ବେଳେ ବାଟାଗୁଡ଼ା, ବାରଖମା, ମୋହନଗିରି, କତେରୀଭଟ୍ଟା, ରେବିଙ୍ଗିଆ, ଡାକା, ବାଲିଗାଡା, ଡ଼ାଉଙ୍ଗିଆ, ଓ କିଲୁପଡ଼ା ପାଳିତ ହେବା ସହିତ ଦାରିଙ୍ଗବାଡି ,ସୀମନବାଡ଼ି, ବୁଡ଼ାଗୁଡା,ସିମେଲକିଆ,ଗଦାପୁର ଭଳି ବିଭିନ୍ନ ଅଞ୍ଚଳର ପ୍ରତ୍ୟେକ କାଳୀ ମନ୍ଦିରରେ ହଜାର ହଜାର ମାନସିକଧାରୀଙ୍କ ଉପସ୍ଥିତିରେ ଏହି ମେରୁଯାତ୍ରା ଅନୁଷ୍ଠିତ ହୋଇଥିଲା।

ଧୂଳିଦଣ୍ଡ ସମାପ୍ତ ପରେ ଜଳଘାଟରେ କାଳୀଙ୍କ ପୂଜା ହୋଇଥିଲା। ଭକ୍ତ ଓ ଗୁହାରିଆମାନଙ୍କର ମାନସିକ ପୂରଣ ହୋଇଥିବାରୁ ସେମାନେ ମା’ଙ୍କୁ ଦାନ ଦେଇଥିଲେ। ମାନସିକଧାରୀମାନେ ନିଜର ମାନସିକ ପୂରଣ କରିବା ପାଇଁ ଜଳ ଲାଗି କରିବା ପରେ ପୂଜା କାର୍ଯ୍ୟ ସମାପ୍ତ ହୋଇଥିଲା।

ଏହା ପରେ ମେରୁ ଯଜ୍ଞସ୍ଥଳରେ ଦଣ୍ଡଯାତ୍ରାର ପୂଜକଙ୍କୁ ମେରୁ ଖୁଣ୍ଟରେ ଝୁଲେଇ ଦେଇ ଯଥାରୀତି ସହକାରେ ପୂଜାର୍ଚ୍ଚନା କରାଯାଇଥିଲା । ଶେଷରେ ମନ୍ଦିର କମିଟି ଆନୁକୂଲ୍ୟରେ ଭୋଗ ଏବଂ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ମନ୍ଦିର ପରିସରରେ ପ୍ରବଳ ଗହଳିକୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କମିଟି ଓ ସ୍ଥାନୀୟ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।