ରାଜ୍ୟରେ ଫେବ୍ରୁଆରୀରୁ ଲାଗୁ ହେବ ‘ଆୟୁଷ୍ମାନ ଭାରତ’ଯୋଜନା, ଆସନ୍ତା ସପ୍ତାହରେ ହେବ ଏମଓୟୁ। ଆୟୁଷ୍ମାନ ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଜୋରଦାର । ଆସନ୍ତା ୧୩ ତାରିଖରେ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ହେବ ବୁଝାମଣା ପତ୍ର ସ୍ୱାକ୍ଷରିତ ହେବ। ଦିଲ୍ଲୀରେ ସ୍ୱାସ୍ଥ୍ୟମନ୍ତ୍ରୀ ଜେ. ପି ନଡ୍ଡାଙ୍କ ଉପସ୍ଥିତିରେ ହେବ ଏମ ଓ ୟୁ । ଏଥିପାଇଁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ବୁଝାମଣା ସ୍ଵାକ୍ଷରିତ ହେବା ପରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଯୋଜନା ।
ଗୋଟିଏ କାର୍ଡରେ ଉପଲବ୍ଧ ହେବ ସ୍ୱାସ୍ଥ୍ୟସେବା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଯୋଜନା । ପୁରୁଣା କାର୍ଡକୁ ହଟାଇ ଖୁବଶୀଘ୍ର ଦିଆଯିବ ନୂଆ କାର୍ଡ । ପୁରୁଣା କାର୍ଡର ପରିବର୍ତନ ହେବ ଲୋଗୋ । ଏକ କୋଟି ପରିବାର ଏବଂ ସାଢେ ତିନି କୋଟି ଲୋକ ଏହାର ଲାଭ ପାଇବେ । ଏଥିରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସେବା ରହିବ । ମିଳିଥିବା ସୂଚନା ଅନୁସାରେ, ୬୭ ଲକ୍ଷ ପରିବାରକୁ ରାଜ୍ୟ ତାର ନିଜସ୍ୱ ପାଣ୍ଠିରୁ ଓ ୩୩ ଲକ୍ଷ ପରିବାରର ବୀମା ଟଙ୍କା କେନ୍ଦ୍ର ସରକାର ବହନ କରିବେ। ଦେଶର ୩୦ ହଜାର ହସ୍ପିଟାଲରେ ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ। ଯୋଜନାର କାର୍ୟ୍ୟକାରୀତା ନେଇ କେନ୍ଦ୍ରୀୟ ଟିମ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଛନ୍ତି ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।