୩୧ ଜାନୁଆରୀ ସୁଦ୍ଧା ଯଦି ଇ-କେୱାଇସି ନକରୁଛନ୍ତି ତେବେ ଆପଣଙ୍କ ରାସନ କାର୍ଡ କଟିଯିବ । ଆଉ ମିଳିବନି ରାସନ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ଯୋଗାଣ ମନ୍ତ୍ରୀଙ୍କ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ୪୯ ଲକ୍ଷ ହିତାଧିକାରୀ କରିନାହାଁନ୍ତି ଇ-କେୱାଇସି ।ତେବେ ସବୁଠାରୁ ବଡ କଥା ଇ-କେୱାଇସି ସରିବା ପରେ ମିଳିବ ନୂଆ ରାସନ କାର୍ଡ । ପୂର୍ବରୁ ମଧ୍ୟ ସରକାର ଇ-କେୱାଇସି କରିବା ପାଇଁ ସୂଚନା ଦେଇଥିଲେ । କାରଣ ଅଗଷ୍ଟ ମାସରୁ ରାସନ କାର୍ଡ ପାଇଁ ଇ-କେୱାଇସି ପ୍ରକ୍ରିୟା ଆରମ୍ଭ କରିଛନ୍ତି ସରକାର । ସବୁଠୁ ବଡ଼ କଥା ହେଉଛି ରାଜ୍ୟ ବାହାରେ ଥିବା ହିତାଧିକାରୀ ଇ-କେୱାଇସି କରିଛନ୍ତି ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।