ମୋଟିଭି ଓଡିଶା / ପୁରୀ :
ଆଜିଠୁ ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ୱାର । ମଙ୍ଗଳ ଆଳତି ପରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାହେଲା । ଏବେ ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ଥିବା ପ୍ରତିବନ୍ଧକ ହଟିଲା। ସକାଳୁ ଭକ୍ତମାନେ ବିନା ବାଧାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ବି ଏହି ସମୟରେ ଉପସ୍ଥିତ ରହିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳ ଆଳତୀ ପରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ । ଦର୍ଶନ ପରେ ଶ୍ରୀମନ୍ଦିର ଚାରିପାଖ ପରିକ୍ରମା କଲେ ମୁଖ୍ୟମନ୍ତ୍ରୀ । ଏଥିସହ ଶ୍ରୀମନ୍ଦିର ଚତୁର୍ପାର୍ଶ୍ବର ସ୍ଥିତି ପରଖିଲେ ।
ତେବେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ମଧ୍ୟ ଶ୍ରୀମନ୍ଦିର ଚାରିଦ୍ଵାର ଖୋଲାଯାଇଛି। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମନ୍ଦିର ଭିତର ଓ ବାହାରର ସ୍ଥିତି ଅନୁଧ୍ୟାନ କରିଲୁ। ଶୃଙ୍ଖଳିତ ଦର୍ଶନ ନେଇ ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନେବୁ। ମହାପ୍ରଭୁଙ୍କ କାର୍ଯ୍ୟରେ କୌଣସି ବାଧା ସୃଷ୍ଟି ହେବନାହିଁ। ଚାରିଦ୍ଵାର ଖୋଲିବା ନେଇ ଦୀର୍ଘ ଦିନ ଧରି ଦାବି ହୋଇଆସୁଥିଲା। ତେଣୁ ଚାରି ଦ୍ଵାର ଖୋଲିବା ପରେ ଶ୍ରଦ୍ଧାଳୁମାନେ ଖୁସି ବ୍ୟକ୍ତ କରିଛନ୍ତି। ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।