January 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ।

ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଛନ୍ତି । ପୋଲିସ୍ ବିଭାଗରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଛି । ସଡକ ସୁରକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନେଉଥିବା ଟ୍ରାଫିକ୍ ବ୍ୟବସ୍ଥା ପାଇଁ ଚଳିତ ବର୍ଷ ଆଉ ୨ ହଜାର ନୂତନ ପଦବୀ ସୃଷ୍ଟି ପାଇଁ ନିର୍ଦ୍ଦେଶ । ସ୍ୱଚ୍ଛତାର ସହ ନୂଆ ୨ ହଜାର ଟ୍ରାଫିକ୍ ପୋଲିସ ପଦବୀ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ କାର୍ଯ୍ୟକ୍ଷମ ହେବ ସାଇବର ପୋଲିସ ଷ୍ଟେସନ।ରାଜ୍ୟରେ ଆଉ ୨୦ଟି ସାଇବର ଥାନା ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ପୂର୍ବରୁ କାର୍ଯ୍ୟକ୍ଷମ ଥିବା ଥାନା ଗୁଡିକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଭୁବନେଶ୍ୱର ଓ କଟକର ଅପରାଧ ନିୟନ୍ତ୍ରଣ ବ୍ୟବସ୍ଥାକୁ ସୁଦୃଢ କରିବା ସହ ସହରାଞ୍ଚଳରେ ରାତ୍ରୀକାଳୀନ ପାଟ୍ରୋଲିଂ ଓ ଚେକିଂ ବ୍ୟବସ୍ଥାକୁ କଡାକଡି କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହାଛଡ଼ା ଗଞ୍ଜେଇ ଚାଷ ଓ ଗଞ୍ଜେଇ ଚାଲଣକୁ ରୋକିବା ପାଇଁ ଦୃଢ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହମ ମାଝୀ । ମାଓ ପ୍ରବଣ ଜିଲ୍ଲା ଗୁଡିକରେ ସୁରକ୍ଷା ବ୍ୟବସ୍ଥା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକଙ୍କୁ ପରାମର୍ଶ ଦେଇଥିଲେ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।