February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ 

 ଡିସେମ୍ବର ୨୫ ଦିବା ୧୧ଟା ଠାରୁ ଆରମ୍ଭ ହେବ ପଞ୍ଜୀକରଣ l ସର୍ବାଧିକ ୧୦୦୦ ପଞ୍ଜୀକୃତଙ୍କ ପାଇଁ ରହିବ ସାକ୍ଷାତ ଅଭିଯୋଗ ସୁଯୋଗ l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା l

ଭୁବନେଶ୍ୱର ତା-୨୫.୧୨.୨୦୨୪  

ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ପୁର୍ବଥର ଭଳି ଏହି ଦିନ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି   କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ  ଆସନ୍ତା କାଲି ଅର୍ଥାତ୍ ଡିସେମ୍ବର ୨୫ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ଏଥିପାଇଁ  ସର୍ବାଧିକ ୧୦୦୦ ଜଣ  ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରିପାରିବେ ।  ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଆଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ।  ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । 

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।