January 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅକ୍ଟୋବର ୨୧ ଓ ୨୮ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି  

  • ୧୮ ତାରିଖରୁ  ଆଗୁଆ ପଞ୍ଜୀକରଣ ବ୍ୟବସ୍ଥା
  • ପ୍ରତ୍ୟେକ ଦିବସ ପାଇଁ ପଞ୍ଜୀକରଣ କରିଥିବା ସର୍ବାଧିକ ୧୦୦୦ ଜଣ  ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି                               ସେମାନଙ୍କ ଅଭିଯୋଗ ଜଣାଇପାରିବେ ।   
  • ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା 

ମୋ ଟିଭି ଓଡିଶା / ଭୁବେନେଶ୍ୱର- ତା-୧୭.୧୦.୨୦୨୪

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଚଳିତ ଅକ୍ଟୋବର ୨୧ ତାରିଖ (ସୋମବାର) ଓ ଅକ୍ଟୋବର ୨୮ ତାରିଖ (ସୋମବାର)ରେ  ଦିବା ୧୧ ଘଟିକା ସମୟରୁ ୟୁନିଟ-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।

ଏହି ଦୁଇ ଦିନ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ  ଅକ୍ଟୋବର  ୧୮ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ପ୍ରତ୍ୟେକ ଅଭିଯୋଗ ଶୁଣାଣି ଦିବସ ନିମନ୍ତେ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ, ଯେଉଁମାନେ କି  ମୁଖ୍ୟମନ୍ତ୍ରୀଙ୍କୁ  ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ ।

ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ଜରିଆରେ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବେ । ଏ ସଂପର୍କରେ ଆଜି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି । 

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।