February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶୀତର ତାଣ୍ଡବ

ଫେରିଲା ଶୀତ । ୧୦ଡିଗ୍ରୀ ତଳେ ରାଜ୍ୟର ୮ ସହର । ସବୁଠୁ ଥଣ୍ଡା ସହର ଭାବେ ରେକର୍ଡ ହୋଇଛି ରାଉରକେଲା । ଗତକାଲି ରାତିରେ ରାଉରକେଲାର ତାପମାତ୍ରା ୭ ଡିଗ୍ରୀ ତଳେ ଥିଲା । ସେହିପରି ଝାରସୁଗୁଡ଼ାରେ ୮, କେନ୍ଦୁଝରରେ ୯.୫, ସୁନ୍ଦରଗଡ଼ରେ ୯.୭ ଫୁଲବାଣୀରେ ୯.୫, ଦାରିଙ୍ଗବାଡିରେ ୯.୫, ରାଉରକେଲାରେ ୭ ଡିଗ୍ରୀ ପାରଦ ରହିଛି । ଅନୁଗୁଳ ଓ ସୋନପୁରରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ୱରରେ ବି ଖସିଛି ପାରଦ, ଗତକାଲି ଭୁବନେଶ୍ୱରର ପାରଦ ଥିଲା ୧୩.୨, କଟକରେ ସବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ କରାଯାଇଛି । ସର୍ବନିମ୍ନ ତାପମାତ୍ରା ଆହୁରୀ ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜିଠାରୁ ୪ ତାରିଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଆସିବାର ସମ୍ଭାବନା ରହିଛି । ସେହିପରି ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିପାରେ । କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ଖୋର୍ଦ୍ଧା, ଗଂଜାମ, ଗଜପତି, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାକୁ କୁହୁଡି ନେଇ ସତର୍କ କରିଛି ପାଣିପାଗ ବିଭାଗ । ପାଖାପାଖି ୩ରୁ ୫ ଡିଗ୍ରୀ ଯାଏ ଖସିବ ରାତି ତାପମାତ୍ରା ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।