February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଦୁଇଟି ସନ୍ତାନ ର ବାପା ନାବାଳିକାଙ୍କୁ ବିବାହକରିବ କହି ଗର୍ଭବତୀ କରିବା ପରେ ଫେରାର । ଯୁବକକୁ ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ l


ଦାରିଙ୍ଗବାଡ଼ି,୨୨/୪(ସୁଶାନ୍ତ କୁମାର ସାହୁ) :
କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ସ୍ଥାପନ କରି ଗର୍ଭବତୀ କରି ଫେରାର ଥିବା ବିବାହିତ ଯୁବକଙ୍କୁ ବ୍ରାହ୍ମଣୀଗାଁ ପୋଲିସ ଭୁବନେଶ୍ୱରରୁ ଗିରଫ କରିବାରେ ସଫଳ ହୋଇଛି।

ଗିରଫ ଯୁବକ ଜଣକ ଉକ୍ତ ଥାନା ଅଞ୍ଚଳର ସାନୁ ପାତ୍ର ବୋଲି ଥାନା ଅଧିକାରୀ ଚିରଞ୍ଜିବୀ ବେହେରା କହିଛନ୍ତି। ଅଭିଯୁକ୍ତ ବିବାହିତ ହୋଇଥିବା ବେଳେ ତାଙ୍କର ୨ଟି ସନ୍ତାନ ରହିଥିବା ପୋଲିସ କହିଛି। ସାନୁଙ୍କ ନାମରେ ମାର୍ଚ୍ଚ ୧୮ରେ ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଏତଲା ଦିଆଯାଇଥିଲା l

ଏନେଇ ପୋଲିସ ଏକ କେସ୍‌ ନଂ ୩୦/୨୪ରେ ଏକ ମାମଲା ରୁଜୁ କରି ତଦନ୍ତ କରାଯାଉଥିବା ଓ ସାନୁ ଗିରଫ ଭୟରେ କୌଣସି ସୂତ୍ରରୁ ଖବର ପାଇ ରାଜ୍ୟ ବାହାରକୁ ଚାଲିଯାଇଥିଲେ। ପୋଲିସ ସାନୁଙ୍କ ଫୋନ ଟ୍ରାକ୍‌ କରି ଧରିବାକୁ ଉଦ୍ୟମ କରି ରାଜ୍ୟ ବାହାରକୁ ଯିବାକୁ ବାହାରିଥିଲେ। ତେବେ ସାନୁ ପୁଣି ଭୁବନେଶ୍ୱର ଫେରିଆସିଥିବା ପୋଲିସ ଜାଣି ଭୁବନେଶ୍ୱର ଯାଇ ଧରିବାରେ ସଫଳ ହୋଇଥିଲା ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।