ବାଲିଗୁଡା :(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):
ଲଘୁଚାପ ପ୍ରଭାବରେ ଗୁରୁବାର ଠାରୁ ବାଲିଗୁଡା ସମେତ ଆଖପାଖ ଅଞ୍ଚଳରେ ଅଦିନିଆ ଝିପିଝିପି ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଶେଷ କରି ଏବେ ଶହଶହ ଚାଷୀଙ୍କର କ୍ଷେତ ଓ ଖଳାରେ ପାଚିଲାଧାନ ପଡି ରହି ଥିବାରୁ ଅଦିନିଆ ବର୍ଷାରେ ଭିଜୁଛି। ଚାଷୀମାନେ ଅମଳ ହୋଇଥିବା ପାଚିଲା ଧାନକୁ କିପରି ବର୍ଷା ଦାଉରୁ ରକ୍ଷା କରିବେ ସେଥିପାଇଁ କିଏ ପଲିଥିନ ଢାଙ୍କୁଛି ତ ଆଉ କିଏ ବସ୍ତାରେ ଧାନକୁ ସାଇତି ରଖୁଥିବା ଦେଖିବାକୁ ମିଳୁଛି ।
ଯାହାକିଛି ଧାନ ଅମଳ ହୋଇଛି ସରକାରୀ ମଣ୍ଡି ଖୋଲିନଥିବାରୁ ଧାନ କିପରି ବିକ୍ରି କରିବେ ସେଥିପାଇଁ ଚିନ୍ତାରେ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ୨ଦିନ ହେଲା କୋହଲା ପାଗ ସହିତ ଝିପିଝିପି ବର୍ଷା ଲାଗି ରହିଥିହାରୁ ଅନେକ ସ୍ଥାନରେ ଧାନ ଭିଜିବା ସହିତ କ୍ଷେତରେ ପାଣି ଜମିବାରେ ଲାଗିଛି। ଫଳରେ ଧାନ ଗଜା ହୋଇଯିବ ବୋଲି ଚାଷୀମାନେ କହିଛନ୍ତି। ଶହଶହ ଏକର ଚାଷ ଜମିରୁ ଏପର୍ଯ୍ୟନ୍ତ ଧାନ କଟା ହୋଇ ପଡି ରହି ଥିବାରୁ ତାହା କ୍ଷେତରେ ନଷ୍ଟ ହେବାକୁ ବସିଛି। ଏଥିପାଇଁ ବିଭାଗୀୟ ଉଚ୍ଚ କର୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଧାନ ମଣ୍ଡି ଖୋଲିବା ସହ କ୍ଷୟ କ୍ଷତି ଯୋଗାଇ ଦେବା ପାଇଁ ଚାଷୀ ମହଲରୁ ଦାବୀ ହେଉଛି l
More Stories
ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ।
ଭେଙ୍କଟେଶ୍ୱରଙ୍କ ମନ୍ଦିର ବାହାରେ ଦଳାଚକଟା।
ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି , ଓଡ଼ିଶାରୁ କୁମ୍ଭ ମେଳାକୁ ଯିବ ବସ୍।