MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନବରାତ୍ରର ନବସ୍ୱରୂପର ପଞ୍ଚମ ରୂପ ‘ମା’ ସ୍କନ୍ଦମାତା’

ପର୍ବତ ଉପରେ ରହି ସାଂସାରିକ ଜୀବଙ୍କ ମଧ୍ୟରେ ନବଚେତନାର ନିର୍ମାଣ କରୁଥିବା ମା’ ହେଉଛନ୍ତି ଦେବୀ ସ୍କନ୍ଦମାତା । ନବରାତ୍ରୀର ପଞ୍ଚମ ଦିନରେ ସ୍କନ୍ଦମାତା ରୂପରେ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି । ସ୍କନ୍ଦ କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବା କାରଣରୁ ମା’ଙ୍କ ନାମ ସ୍କନ୍ଦମାତା । ମା’ଙ୍କ ବିଗ୍ରହରେ ଭଗବାନ ସ୍କନ୍ଦ ବାଳକ ରୂପରେ କୋଳରେ ବିରାଜମାନ କରିଥାନ୍ତି ।

ପଞ୍ଚମେ ତୁମର ସ୍କନ୍ଦମାତା ବେଶ
ସ୍କନ୍ଦ ଅଙ୍କରେ ରଖିବ
ସୌରମଣ୍ଡଳର ଅଧିଷ୍ଠାତ୍ରୀ ଦେବୀ
ହସ୍ତେ କମଳ ଧରିବ।

ପୌରାଣିକ କଥା ଅନୁସାରେ ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ପୁତ୍ର ହେଉଛନ୍ତି ଭଗବାନ କାର୍ତ୍ତିକେୟ। ଏହାଙ୍କ ଅନ୍ୟ ନାମ ସ୍କନ୍ଦ। ଏକଦା ତାରକା- ସୁର ନାମରେ ଏକ ରାକ୍ଷସ ଥିଲା। ଯିଏ ତ୍ରିପୁରକୁ ନିଜର କଠୋର ସାଧନା ବଳରେ ଜୟ କରିପାରି ଥିଲା। କିନ୍ତୁ ଏହାର ମୃତ୍ୟୁ କେବଳ ଭଗବାନ ଶଙ୍କରଙ୍କ ପୁତ୍ର କାର୍ତ୍ତିକେୟଙ୍କ ଦ୍ୱାରା ସମ୍ଭବ ଥିଲା। ଏହା ଜାଣିବା ପରେ ମା’ ପାର୍ବତୀ ପୁତ୍ର କାର୍ତ୍ତିକେୟଙ୍କୁ ଯୁଦ୍ଧ ପାଇଁ ପ୍ରଶିକ୍ଷିତ କରିବା ସହ ସ୍କନ୍ଦ ମାତାଙ୍କ ରୂପ ଧାରଣ କରିଥିଲେ। ସ୍କନ୍ଦମାତାଙ୍କଠାରୁ ଯୁଦ୍ଧ ପ୍ରଶିକ୍ଷିଣ ନେବା ପରେ ଭଗବାନ ସ୍କନ୍ଦ ତାରକା ସୁରର ବଦ୍ଧ କରିଥିଲେ।

ଅନ୍ୟ ଏକ ପୌରାଣିକ କଥା ଅନୁସାରେ ଥରେ ଇନ୍ଦ୍ର କାର୍ତ୍ତିକେୟଙ୍କୁ ଉପହାସ କରି କହିଥିଲେ ଯେ ତୁମେ ଭଗବାନ ଶଙ୍କର ଏବଂ ମାତା ପାର୍ବତୀଙ୍କ ସନ୍ତାନ ନୁହଁ । ଏହାଦ୍ୱାରା କୁମାର କାର୍ତ୍ତିକେୟ ବହୁତ ଦୁଃଖି ହୋଇଥିଲେ। ଏହାପରେ ମାତା କାର୍ତ୍ତେକେୟଙ୍କ ଦୁଃଖ ବୁଝିପାରିଥିଲେ ଏବଂ ସିଂହ ଉପରେ ବିରାଜମାନ କରି ପ୍ରକଟ ହୋଇ ନିଜ କୋଳରେ କାର୍ତ୍ତିକେୟଙ୍କୁ ଉଠାଇ ନେଇ ବସାଇଥିଲେ। ଏହାପରେ ଦେବରାଜ ଇନ୍ଦ୍ରଙ୍କ ଗର୍ବ ଚୂର୍ଣ୍ଣ ହେବା ସହିତ ଭଗବାନ କାର୍ତ୍ତିକେୟଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଥିଲେ।

ମା’ ସ୍କନ୍ଦମାତା ବିଶୁଦ୍ଧ ଚକ୍ରର ଅଧିଷ୍ଠାତ୍ରି ଦେବୀ। ନବରାତ୍ର ବ୍ରତ ରଖିଥିବା ସାଧକଙ୍କ ମନ ଏହିଦିନ ବିଶୁଦ୍ଧ ଚକ୍ରରେ ସ୍ଥିର ରହିଥାଏ। ସ୍କନ୍ଦମାତାଙ୍କୁ ମଧ୍ୟ ବିଦ୍ୟବାସିନୀ ମଧ୍ୟ କୁହାଯାଇଥାଏ।

ସିଂହାସନଗତା ନିତ୍ୟଂ ପଦ୍ମାଶ୍ରୀତକରଦ୍ବୟା
ଶୁଭଦାସ୍ତୁ ସଦା ଦେବୀ ସ୍କନ୍ଦମାତା ଯଶସ୍ୱିନୀ !!

ସତ୍ୟାନନ୍ଦ ପାଣିଗ୍ରାହୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।