MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସୁଭଦ୍ରାର ପ୍ରଥମ କିସ୍ତି ସେପ୍ଟେମ୍ବର ୧୭ରେ ପ୍ରଦାନ କରାଯିବ

ମୋ ଟିଭି ଓଡିଶା / ଭୁବନେଶ୍ୱର : ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ପ୍ରଦାନ କରାଯିବ। ଉପ ମୁଖ୍ୟମନ୍ତ୍ରୀ  ପ୍ରଭାତୀ ପରିଡା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଏହି ଯୋଜନାର ଶୁଭାରମ୍ଭ କରିବେ। ପ୍ରାୟ ୧ କୋଟି ୮ ଲକ୍ଷ ମହିଳାଙ୍କୁ  ଏହି ଟଙ୍କା ପ୍ରଦାନ କରାଯିବ। ଜୁଲାଇ ୧ ତାରିଖ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିବା ମହିଳା ସୁଭଦ୍ରା ଯୋଜନା ପାଇବାକୁ ଯୋଗ୍ୟ ହେବେ ବୋଲି ସେ କହିଛନ୍ତି। ରାକ୍ଷୀ ପୂର୍ଣ୍ଣିମା ଏବଂ ଅନ୍ତର୍ଜାତୀୟ ମହିଳା ଦିବସରେ ଯୋଗ୍ୟ ହିତାଧିକାରୀଙ୍କୁ ସୁଭଦ୍ର ଯୋଜନା ଅର୍ଥ ଦେବା ପାଇଁ ରାଜ୍ୟ ସରକାର ବିଧାନସଭାରେ ଘୋଷଣା କରିଥିଲେ। ତେବେ ରାକ୍ଷୀ ପୂର୍ଣ୍ଣିମା ଗତ ୧୯ ତାରିଖରେ ଶେଷ ହୋଇ ସାରିଥିବାରୁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସୁଭଦ୍ର ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ ବୋଲି ପ୍ରଭାତୀ ପରିଡା କହିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।