ମୋ ଟିଭି ଓଡିଶା / ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ କିଲୋଗ୍ରାମ ପ୍ରତି ଆଳୁ ୩୦ ଟଙ୍କାରେ ଖାଉଟିଙ୍କୁ ଦିଆଯିବ। ଆଲୋଚନାସତ୍ତ୍ବେ ପଶ୍ଚିମବଙ୍ଗଳୁ ଆଳୁ ଆସି ପାରୁନାହିଁ। ତେଣୁ ରାଜ୍ୟ ସରକାର ନାଫେଡ ଜରିଆରେ ଆଳୁ ଆଣିବେ। ଦିନକ ପରେ ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଆଳୁ ଆସିଯିବ। ଉଚ୍ଚା ଦରରେ କିଣିଲେ ବି ଲୋକଙ୍କୁ ୩୦ଟଙ୍କାରେ ଆଳୁ ଦେବୁ। ଆଳୁ ଅଭାବ ରହିବନି, ଯେତେ ଆବଶ୍ୟକ ସେତେ ଅଣାଯିବ ବୋଲି ଦିଲ୍ଲୀରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ।
ଆଉ ଅଭାବ ରହିବନି, ଖାଉଟିଙ୍କୁ ୩୦ ଟଙ୍କାରେ ଆଳୁ ଦେବେ ସରକାର

More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।